କରିନ୍ଥୀୟ ମଣ୍ତଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2:1-15 IRVOry - Bible AI

1ଅତଏବ, ହେ ଭାଇମାନେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟକୁ ଆସିଥିଲି, ସେତେବେଳେ ଈଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ବକ୍ତୃତା କିମ୍ବା ଜ୍ଞାନର ଉତ୍କୃଷ୍ଟତା ସହିତ ଯେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲି, ତାହା ନୁହେଁ।

2କାରଣ ଯୀଶୁ ଖ୍ରୀଷ୍ଟ, ଅର୍ଥାତ୍‍ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କୌଣସି ବିଷୟ ନ ଜାଣିବାକୁ ମୁଁ ମନସ୍ଥ କଲି।

3ପୁଣି, ମୁଁ ଦୁର୍ବଳତା, ଭୟ ଓ ମହାକମ୍ପ ସହ ତୁମ୍ଭମାନଙ୍କ ମଧ୍ୟରେ ଥିଲି;

4ତୁମ୍ଭମାନଙ୍କ ବିଶ୍ୱାସ ଯେପରି ମନୁଷ୍ୟର ଜ୍ଞାନ ଉପରେ ସ୍ଥାପିତ ନ ହୋଇ ଈଶ୍ବରଙ୍କ ଶକ୍ତି ଉପରେ ସ୍ଥାପିତ ହୁଏ,

5ଏଥିପାଇଁ ମୋହର ଶିକ୍ଷା ଓ ମୋହର ପ୍ରଚାର, ଜ୍ଞାନର ମନୋହର ବାକ୍ୟଯୁକ୍ତ ନ ହୋଇ ପବିତ୍ର ଆତ୍ମାଙ୍କ ଶକ୍ତିରେ ପ୍ରମାଣଯୁକ୍ତ ହୋଇଥିଲା।

6ତଥାପି ଆମ୍ଭେମାନେ ପରିପକ୍ୱ ଲୋକମାନଙ୍କ ମଧ୍ୟରେ ଜ୍ଞାନର କଥା କହୁ, କିନ୍ତୁ ତାହା ଏହି ଯୁଗର ଜ୍ଞାନ ନୁହେଁ କିମ୍ବା ଏହି ଯୁଗର ନଷ୍ଟକଳ୍ପ ନେତାମାନଙ୍କ ଜ୍ଞାନ ନୁହେଁ,

7ମାତ୍ର ଆମ୍ଭେମାନେ ନିଗୂଢ଼ତତ୍ତ୍ୱ ସ୍ୱରୂପ ଈଶ୍ବରଙ୍କ ଜ୍ଞାନର କଥା କହୁଅଛୁ ସେହି ଗୁପ୍ତ ଜ୍ଞାନ ଈଶ୍ବର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ।

8ଏହି ଯୁଗର ନେତାମାନଙ୍କ ମଧ୍ୟରେ କେହି ତାହା ଜାଣି ନାହାନ୍ତି, କାରଣ ଯଦି ସେମାନେ ଈଶ୍ବରଙ୍କ ଜ୍ଞାନକୁ ଜାଣିଥାଆନ୍ତେ, ତେବେ ଗୌରବମୟ ପ୍ରଭୁଙ୍କୁ କ୍ରୁଶରେ ହତ କରି ନ ଥାଆନ୍ତେ;

9କିନ୍ତୁ ଯେପରି ଲେଖାଅଛି,

10କିନ୍ତୁ ଈଶ୍ବର ଆମ୍ଭମାନଙ୍କ ନିମନ୍ତେ ପବିତ୍ର ଆତ୍ମାଙ୍କ ଦ୍ୱାରା ସେ ସମସ୍ତ ପ୍ରକାଶ କରିଅଛନ୍ତି ଯେଣୁ ସେହି ଆତ୍ମା ସମସ୍ତ ବିଷୟ, ହଁ, ଈଶ୍ବରଙ୍କର ଗଭୀର ବିଷୟସବୁ ଅନୁସନ୍ଧାନ କରନ୍ତି।

11କାରଣ ମନୁଷ୍ୟର ବିଷୟସବୁ ମନୁଷ୍ୟଠାରେ ଥିବା ଆତ୍ମା ବିନା ଆଉ କିଏ ଜାଣେ? ସେହିପରି ମଧ୍ୟ ଈଶ୍ବରଙ୍କ ବିଷୟସବୁ ଈଶ୍ବରଙ୍କ ଆତ୍ମା ବିନା ଆଉ କେହି ଜାଣେ ନାହିଁ।

12ଯେପରି ଈଶ୍ବରଙ୍କ ଦ୍ୱାରା ଆମ୍ଭମାନଙ୍କୁ ଅନୁଗ୍ରହରେ ଦିଆଯାଇଥିବା ବିଷୟଗୁଡ଼ିକ ଆମ୍ଭେମାନେ ଜାଣି ପାରୁ, ଏଥିପାଇଁ ଆମ୍ଭେମାନେ ଜଗତର ଆତ୍ମା ନ ପାଇ ଈଶ୍ବରଙ୍କ ଆତ୍ମା ପାଇଅଛୁ।

13ସେହି ସମସ୍ତ ବିଷୟ ମଧ୍ୟ ଆମ୍ଭେମାନେ ମନୁଷ୍ୟର ଜ୍ଞାନର ଶିକ୍ଷା ଦ୍ୱାରା ବାକ୍ୟରେ କହି ନ ଥାଉ, ମାତ୍ର ଆତ୍ମିକ ବିଷୟସବୁ ଆତ୍ମିକ ବିଷୟ ଦ୍ୱାରା ବୁଝାଇ ଆତ୍ମାଙ୍କ ଦ୍ୱାରା ଶିକ୍ଷିତ ବାକ୍ୟରେ କହିଥାଉ।

14କିନ୍ତୁ ସାଂସାରିକ ମନୁଷ୍ୟ ଈଶ୍ବରଙ୍କ ଆତ୍ମାଙ୍କ ବିଷୟଗୁଡ଼ିକ ଗ୍ରହଣ କରେ ନାହିଁ, କାରଣ ସେହିସବୁ ତାହା ନିକଟରେ ମୂର୍ଖତା, ପୁଣି, ସେ ସେହିସବୁ ବୁଝି ପାରେ ନାହିଁ, ଯେଣୁ ସେହିସବୁକୁ ଆତ୍ମିକ ଭାବରେ ବିଚାର କରାଯାଏ।

15ମାତ୍ର ଯେ ଆତ୍ମିକମନା, ସେ ସମସ୍ତ ବିଷୟ ବିଚାର କରେ, ତଥାପି କେହି ତାହାର ବିଚାର କରେ ନାହିଁ।

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
div>