ଗଣନା ପୁସ୍ତକ ଅର୍ଥାତ୍ ଇସ୍ରାଏଲ ଯୋଦ୍ଧାଙ୍କର ଗଣନା 26:1-64 IRVOry - Bible AI

1ସେହି ମାରୀ ଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକକୁ, କହିଲେ,

2“ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ସମସ୍ତ ମଣ୍ଡଳୀ ମଧ୍ୟରୁ ଆପଣା ଆପଣା ପିତୃଗୃହାନୁସାରେ କୋଡ଼ିଏ ବର୍ଷ ବୟସ୍କ ଓ ତହିଁରୁ ଅଧିକ ବୟସ୍କ ଲୋକମାନଙ୍କର, ଅର୍ଥାତ୍‍, ଇସ୍ରାଏଲ ସୈନ୍ୟଶ୍ରେଣୀଭୁକ୍ତ ସମସ୍ତ ଲୋକଙ୍କର ଗଣନା କର।”

3ତହିଁରେ ମୋଶା ଓ ଇଲୀୟାସର ଯାଜକ ଯିରୀହୋର ନିକଟସ୍ଥିତ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଲୋକମାନଙ୍କ ସଙ୍ଗେ କଥା କହିଲେ,

4“ମୋଶା ପ୍ରତି ଓ ମିସର ଦେଶରୁ ବହିର୍ଗତ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ, କୋଡ଼ିଏ ବର୍ଷ ବୟସ୍କ ଅବଧି ସମସ୍ତ ଲୋକର ଗଣନା କର।”

5ରୁବେନ୍‍, ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର; ରୁବେନ୍‍ର ସନ୍ତାନ ହନୋକଠାରୁ ହନୋକୀୟ ବଂଶ; ପଲ୍ଲୁଠାରୁ ପଲ୍ଲୁୟୀୟ ବଂଶ;

6ହିଷ୍ରୋଣଠାରୁ ହିଷ୍ରୋଣୀୟ ବଂଶ; କର୍ମ୍ମିଠାରୁ କର୍ମିୟ ବଂଶ।

7ଏମାନେ ରୁବେନ୍‍ର ବଂଶ; ପୁଣି, ଏମାନେ ଗଣାଯାʼନ୍ତେ, ତେୟାଳିଶ ହଜାର ସାତ ଶହ ତିରିଶ ଲୋକ ହେଲେ।

8ପଲ୍ଲୁର ସନ୍ତାନ ଇଲୀୟାବ୍‍।

9ସେହି ଇଲୀୟାବ୍‍ର ସନ୍ତାନ ନମୂୟେଲ, ଦାଥନ ଓ ଅବୀରାମ; କୋରହର ଦଳୀୟ ଲୋକମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିବାଦ କଲେ, ସେତେବେଳେ ସେମାନଙ୍କ ମଧ୍ୟରୁ ମଣ୍ଡଳୀର ଆହୂତ ଲୋକ ଯେ ଦାଥନ ଓ ଅବୀରାମ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବିବାଦ କରିଥିଲେ, ସେମାନେ ଏହି ଦୁଇ ଜଣ।

10ସେହି ସମୟରେ ପୃଥିବୀ ଆପଣା ମୁଖ ମେଲାଇ ସେମାନଙ୍କୁ ଓ କୋରହକୁ ଗ୍ରାସ କଲା, ତହିଁରେ ସେହି ଦଳ ନଷ୍ଟ ହେଲେ, ପୁଣି, ଅଗ୍ନି ଦୁଇ ଶହ ପଚାଶ ଜଣକୁ ଦଗ୍ଧ କଲା, ସେମାନେ ଚିହ୍ନସ୍ୱରୂପ ହେଲେ।

11ତଥାପି କୋରହର ସନ୍ତାନମାନେ ମଲେ ନାହିଁ।

12ଆପଣା ଆପଣା ବଂଶାନୁସାରେ ଶିମୀୟୋନର ସନ୍ତାନ;

13ସେରହଠାରୁ ସେରହୀୟ ବଂଶ;

14ଶିମୀୟୋନୀୟ ଏହି ସକଳ ବଂଶ ବାଇଶ ହଜାର ଦୁଇ ଶହ ଲୋକ ଥିଲେ।

15ଆପଣା ଆପଣା ବଂଶାନୁସାରେ ଗାଦ୍‍ର ସନ୍ତାନ;

16ଓଷ୍ଣିଠାରୁ ଓଷ୍ଣୀୟ ବଂଶ,

17ଅରୋଦିଠାରୁ ଅରୋଦୀୟ ବଂଶ,

18ଗାଦ୍‍ ସନ୍ତାନମାନଙ୍କର ଏହି ସକଳ ବଂଶ ଗଣାଯାʼନ୍ତେ, ଚାଳିଶ ହଜାର ପାଞ୍ଚ ଶହ ଲୋକ ହେଲେ।

19ଯିହୁଦାର ପୁତ୍ର ଏର ଓ ଓନନ୍‍; ସେହି ଏର ଓ ଓନନ୍‍ କିଣାନ ଦେଶରେ ମରିଥିଲେ।

20ଆପଣା ଆପଣା ବଂଶାନୁସାରେ ଯିହୁଦାର ସନ୍ତାନ;

21ପୁଣି, ପେରସର ଏହି ସକଳ ସନ୍ତାନ

22ଯିହୁଦାର ଏହିସବୁ ବଂଶ ଗଣାଯାʼନ୍ତେ, ଛସ୍ତରି ହଜାର ପାଞ୍ଚ ଶହ ଲୋକ ହେଲେ।

23ଆପଣା ଆପଣା ବଂଶାନୁସାରେ ଇଷାଖରର ସନ୍ତାନ;

24ଯାଶୂବଠାରୁ ଯାଶୂବୀୟ ବଂଶ;

25ଇଷାଖରର ଏହି ସକଳ ବଂଶ ଗଣାଯାʼନ୍ତେ, ଚଉଷଠି ହଜାର ତିନି ଶହ ଲୋକ ହେଲେ।

26ଆପଣା ଆପଣା ବଂଶାନୁସାରେ ସବୂଲୂନର ସନ୍ତାନ;

27ସବୂଲୂନର ଏହି ସକଳ ବଂଶ ଗଣାଯାʼନ୍ତେ, ଷାଠିଏ ହଜାର ପାଞ୍ଚ ଶହ ଲୋକ ହେଲେ।

28ଆପଣା ଆପଣା ବଂଶାନୁସାରେ ଯୋଷେଫଙ୍କ ପୁତ୍ର ମନଃଶି ଓ ଇଫ୍ରୟିମ।

29ମନଃଶିର ସନ୍ତାନ;

30ଗିଲୀୟଦର ସନ୍ତାନ ଏମାନେ;

31ଅସ୍ରୀୟେଲଠାରୁ ଅସ୍ରୀୟେଲୀୟ ବଂଶ

32ଶମୀଦାଠାରୁ ଶମୀଦାୟୀୟ ବଂଶ

33ସେହି ହେଫରର ପୁତ୍ର ଯେ ସଲଫାଦ, ତାହାର ପୁତ୍ର ନ ଥିଲା, କେବଳ କନ୍ୟା ଥିଲା; ସେହି ସଲଫାଦର କନ୍ୟାମାନଙ୍କ ନାମ ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା।

34ଏମାନେ ମନଃଶିର ବଂଶ, ଏମାନଙ୍କର ଗଣିତ ଲୋକ ବାବନ ହଜାର ସାତ ଶହ ଜଣ।

35ଆପଣା ଆପଣା ବଂଶାନୁସାରେ ଇଫ୍ରୟିମର ସନ୍ତାନ;

36ପୁଣି, ଶୂଥେଲହର ସନ୍ତାନ ଏମାନେ;

37ଇଫ୍ରୟିମର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯାʼନ୍ତେ, ବତିଶ ହଜାର ପାଞ୍ଚ ଶହ ଲୋକ ହେଲେ; ଆପଣା ଆପଣା ବଂଶାନୁସାରେ ଏମାନେ ଯୋଷେଫର ସନ୍ତାନ।

38ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍‍ର ସନ୍ତାନ;

39ଶୂଫମଠାରୁ ଶୂଫମୀୟ ବଂଶ; ହୂଫମଠାରୁ ହୂଫମୀୟ ବଂଶ।

40ପୁଣି, ବେଲାର ସନ୍ତାନ ଅର୍ଦ ଓ ନାମାନ୍‍; ଅର୍ଦଠାରୁ ଅର୍ଦୀୟ ବଂଶ; ନାମାନ୍‍ଠାରୁ ନାମାନୀୟ ବଂଶ।

41ଆପଣା ଆପଣା ବଂଶାନୁସାରେ ଏମାନେ ବିନ୍ୟାମୀନ୍‍ର ସନ୍ତାନ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଛଅ ଶହ ଜଣ।

42ଆପଣା ଆପଣା ବଂଶାନୁସାରେ ଏମାନେ ଦାନର ସନ୍ତାନ; ଶୂହମଠାରୁ ଶୂହମୀୟ ବଂଶ। ଏମାନେ ଆପଣା ଆପଣା ବଂଶାନୁସାରେ ଦାନ୍‍ର ବଂଶ।

43ଶୂହମୀୟ ସମସ୍ତ ବଂଶ ଗଣାଯାʼନ୍ତେ, ଚଉଷଠି ହଜାର ଚାରି ଶହ ଲୋକ ହେଲେ।

44ଆପଣା ଆପଣା ବଂଶାନୁସାରେ ଆଶେରର ସନ୍ତାନ;

45ବରୀୟର ସନ୍ତାନ ଏମାନେ;

46ଆଶେରର କନ୍ୟାର ନାମ ସେରହ।

47ଆଶେରର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯାʼନ୍ତେ; ତେପନ ହଜାର ଚାରି ଶହ ଲୋକ ହେଲେ।

48ଆପଣା ଆପଣା ବଂଶାନୁସାରେ ନପ୍ତାଲିର ସନ୍ତାନ;

49ଯେତ୍ସରଠାରୁ ଯେତ୍ସରୀୟ ବଂଶ;

50ଆପଣା ଆପଣା ବଂଶାନୁସାରେ ଏହି ସକଳ ନପ୍ତାଲିର ବଂଶ। ଏମାନଙ୍କର ଗଣିତ ଲୋକ ପଞ୍ଚଚାଳିଶ ହଜାର ଚାରି ଶହ ଜଣ।

51ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଗଣିତ ଲୋକମାନଙ୍କର ସଂଖ୍ୟା ଛଅ ଲକ୍ଷ ଏକ ହଜାର ସାତ ଶହ ତିରିଶ ଥିଲା।

52ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

53“ନାମ-ସଂଖ୍ୟାନୁସାରେ ଅଧିକାର ନିମନ୍ତେ ଏମାନଙ୍କ ମଧ୍ୟରେ ଦେଶ ବିଭକ୍ତ ହେବ।

54ଯାହାର ଲୋକ ବହୁତ, ତୁମ୍ଭେ ତାହାକୁ ବହୁତ ଅଧିକାର ଦେବ, ପୁଣି, ଯାହାର ଲୋକ ଅଳ୍ପ, ତୁମ୍ଭେ ତାହାକୁ ଅଳ୍ପ ଅଧିକାର ଦେବ, ଯାହାର ଯେତେ ଗଣିତ ଲୋକ, ତାହାକୁ ସେତେ ଅଧିକାର ଦିଆଯିବ।

55ତଥାପି ଗୁଲିବାଣ୍ଟ ଦ୍ୱାରା ଦେଶ ବିଭକ୍ତ ହେବ; ସେମାନେ ଆପଣା ଆପଣା ପିତୃବଂଶ ନାମାନୁସାରେ ଅଧିକାର ପାଇବେ।

56ବହୁତ ଓ ଅଳ୍ପ ଲୋକଙ୍କ ମଧ୍ୟରେ ଗୁଲିବାଣ୍ଟ ଅନୁସାରେ ସେମାନଙ୍କର ଅଧିକାର ବିଭକ୍ତ ହେବ।”

57ଆପଣା ଆପଣା ବଂଶାନୁସାରେ ଏମାନେ ଲେବୀୟମାନଙ୍କ ମଧ୍ୟରୁ ଗଣିତ ହେଲେ;

58ଲେବୀୟ ବଂଶ ଏହି;

59ସେହି କହାତର ପୁତ୍ର ଅମ୍ରାମ୍‍; ସେହି ଅମ୍ରମର ଯୋକେବଦ ନାମ୍ନୀ ଭାର୍ଯ୍ୟା ମିସର ଦେଶରେ ଲେବୀର ଔରସଜାତା କନ୍ୟା ଥିଲା। ସେ ଅମ୍ରମର ଔରସରେ ହାରୋଣ, ମୋଶା ଓ ସେମାନଙ୍କ ଭଗିନୀ ମରୀୟମଙ୍କୁ ପ୍ରସବ କଲା।

60ହାରୋଣଠାରୁ ନାଦବ୍‍ ଓ ଅବୀହୂ, ପୁଣି, ଇଲୀୟାସର ଓ ଈଥାମର ଜନ୍ମିଲେ।

61ମାତ୍ର ନାଦବ୍‍ ଓ ଅବୀହୂ ସଦାପ୍ରଭୁଙ୍କ ସମ୍ମୁଖରେ ଇତର ଅଗ୍ନି ଉତ୍ସର୍ଗ କରନ୍ତେ ମଲେ।

62ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଲୋକ ଗଣାଯାʼନ୍ତେ, ତେଇଶ ହଜାର ଜଣ ହେଲେ; କାରଣ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନଙ୍କୁ କୌଣସି ଅଧିକାର ଦତ୍ତ ନୋହିବାରୁ ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗଣିତ ହେଲେ ନାହିଁ।

63ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ଇଲୀୟାସର ଯାଜକ ଦ୍ୱାରା ଏସମସ୍ତେ ଗଣାଗଲେ।

64ମାତ୍ର ସୀନୟ ପ୍ରାନ୍ତରରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ହାରୋଣ ଯାଜକ ଦ୍ୱାରା ଯେଉଁମାନେ ଗଣିତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଏମାନଙ୍କ ମଧ୍ୟରେ ନ ଥିଲା।

e>