ଗୀତସଂହିତା 121:1-8 IRVOry - Bible AI

1ମୁଁ ପର୍ବତଗଣ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରିବି; କେଉଁଠାରୁ ମୋହର ସାହାଯ୍ୟ ଆସିବ?

2ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ, ସେ ଆକାଶ ଓ ପୃଥିବୀ ନିର୍ମାଣ କଲେ।

3ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ; ଯେ ତୁମ୍ଭକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ।

4ଦେଖ, ଯେ ଇସ୍ରାଏଲକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ କି ନିଦ୍ରା ଯିବେ ନାହିଁ।

5ସଦାପ୍ରଭୁ ତୁମ୍ଭର ରକ୍ଷକ; ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ୱର ଛାୟା।

6ଦିବସରେ ସୂର୍ଯ୍ୟ, କିଅବା ରାତ୍ରିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିବ ନାହିଁ।

7ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ; ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ।

8ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର ଓ ଭିତରେ ଆସିବାର ରକ୍ଷା କରିବେ।