ଗୀତସଂହିତା 129:1-8 IRVOry - Bible AI

1“ମୋʼ ଯୌବନଠାରୁ ମୋʼ ର ଶତ୍ରୁମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି, ଇସ୍ରାଏଲ ଏବେ କୁହନ୍ତୁ;

2ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋʼ ଉପରେ ଜୟୀ ହୋଇ ନାହାନ୍ତି।

3କୃଷକମାନେ ମୋʼ ପୃଷ୍ଠଦେଶରେ ହଳ ବୁଲାଇଲେ; ସେମାନେ ଲମ୍ବ ଲମ୍ବ ଶିଆର କଲେ।”

4ସଦାପ୍ରଭୁ ଧର୍ମମୟ; ସେ ଦୁଷ୍ଟମାନଙ୍କ ଦାସତ୍ଵରୁ ମୋତେ ମୁକ୍ତ କରିଅଛନ୍ତି।+ 129:4 ଅର୍ଥାତ୍ ସେ ଦୁଷ୍ଟମାନଙ୍କ ରଜ୍ଜୁ ଛେଦନ କରିଅଛନ୍ତି।

5ସିୟୋନକୁ ଘୃଣା କରିବା ଲୋକ ସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ।

6ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ, ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ;

7ଯଦ୍ଦ୍ୱାରା କଟାଳି ଆପଣା ହସ୍ତ, ଅବା ବିଡ଼ାବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ।

8“କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ,” ଏହା ପଥିକମାନେ କହନ୍ତି ନାହିଁ।