ଗୀତସଂହିତା 134:1-3 IRVOry - Bible AI

1ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ସେବା କରୁଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।

2ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ ଓ ସଦାପ୍ରଭୁଙ୍କର ଧନ୍ୟବାଦ କର।

3ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।