ଗୀତସଂହିତା 61:1-8 IRVOry - Bible AI

1ହେ ପରମେଶ୍ୱର, ମୋହର କାକୂକ୍ତି ଶୁଣ; ମୋʼ ପ୍ରାର୍ଥନାରେ ମନୋଯୋଗ କର।

2ମୋʼ ମନ ଉଦ୍‍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; ମୋʼ ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ।

3କାରଣ ତୁମ୍ଭେ ମୋʼ ନିମନ୍ତେ ଆଶ୍ରୟ ଓ ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ୱରୂପ ହୋଇଅଛ।

4ମୁଁ ସଦାକାଳ ତୁମ୍ଭ ତମ୍ବୁରେ ବାସ କରିବି; ମୁଁ ତୁମ୍ଭ ପକ୍ଷର ଉହାଡ଼ରେ ଆଶ୍ରୟ ନେବି।

5କାରଣ ହେ ପରମେଶ୍ୱର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ; ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ।

6ତୁମ୍ଭେ ରାଜାଙ୍କ ଆୟୁ ବୃଦ୍ଧି କରିବ; ତାଙ୍କ ବର୍ଷ ଅନେକ ପୁରୁଷାନୁକ୍ରମ ତୁଲ୍ୟ ହେବ।

7ସେ ସଦାକାଳ ପରମେଶ୍ୱରଙ୍କ ସମ୍ମୁଖରେ ବାସ କରିବେ; ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ପ୍ରସ୍ତୁତ କର।

8ତହୁଁ ମୁଁ ସଦାକାଳ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ଓ ଦିନକୁ ଦିନ ଆପଣା ମାନତ ପୂର୍ଣ୍ଣ କରିବି।

/div>