ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 11:1-22 IRVOry - Bible AI

1ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ଯଥା,

2“ତୁମ୍ଭେମାନେ ଏହି ନିୟମର ବାକ୍ୟ ଶୁଣ ଓ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମ ନିବାସୀମାନଙ୍କୁ କୁହ;

3ତୁମ୍ଭେ ସେମାନଙ୍କୁ କୁହ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଏକ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା ବିଷୟକ ଆମ୍ଭର ଶପଥ ଆଜିକାର ନ୍ୟାୟ ସିଦ୍ଧ କରିବା ନିମନ୍ତେ,

4ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ, ଲୌହ ଅଗ୍ନିକୁଣ୍ଡରୁ, ବାହାର କରି ଆଣିବା ଦିନ ସେମାନଙ୍କୁ ଯାହା ଆଦେଶ କରି କହିଲୁ,

5ଅର୍ଥାତ୍‍, ଆମ୍ଭ ରବରେ ଅବଧାନ କର ଓ ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁ, ସେସକଳ ଅନୁସାରେ କର୍ମ କର; ତହିଁରେ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ସେହି ନିୟମର କଥା ଯେଉଁ ଲୋକ ନ ଶୁଣେ, ସେ ଅଭିଶପ୍ତ ହେଉ!” ତହିଁରେ ମୁଁ ଉତ୍ତର ଦେଇ କହିଲି, “ହେ ସଦାପ୍ରଭୁ, ଆମେନ୍‍।”

6ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଯିହୁଦାର ସବୁ ନଗରରେ ଓ ଯିରୂଶାଲମର ସବୁ ସଡ଼କରେ ଏହିସବୁ କଥା ପ୍ରଚାର କରି କୁହ, ତୁମ୍ଭେମାନେ ଏହି ନିୟମର ବାକ୍ୟ ଶୁଣ ଓ ତାହା ପାଳନ କର।

7କାରଣ ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଦୃଢ଼ ରୂପେ ସାକ୍ଷ୍ୟ ଦେଇଅଛୁ, ପ୍ରତ୍ୟୁଷରେ ଉଠି ସାକ୍ଷ୍ୟ ଦେଇ କହିଅଛୁ, ଆମ୍ଭ ରବରେ ଅବଧାନ କର।

8ତଥାପି ସେମାନେ ଅବଧାନ କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କଲେ; ଏନିମନ୍ତେ ଆମ୍ଭେ ପାଳନ କରିବା ପାଇଁ ସେମାନଙ୍କୁ ଯେଉଁ ନିୟମ ଆଦେଶ କଲୁ, ତହିଁର ସକଳ କଥା ସେମାନଙ୍କ ଉପରେ ବର୍ତ୍ତାଇଲୁ, ତଥାପି ସେମାନେ ପାଳନ କଲେ ନାହିଁ।”

9ଆଉ, ସଦାପ୍ରଭୁ ମୋତେ କହିଲେ, “ଯିହୁଦାର ଲୋକମାନଙ୍କ ମଧ୍ୟରେ ଓ ଯିରୂଶାଲମ ନିବାସୀମାନଙ୍କ ମଧ୍ୟରେ ଏକ ଚକ୍ରାନ୍ତ ଦେଖାଯାଏ।

10ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ସେମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ପ୍ରତି ସେମାନେ ଫେରିଅଛନ୍ତି ଓ ସେମାନେ ଅନ୍ୟ ଦେବଗଣର ସେବା କରିବା ପାଇଁ ସେମାନଙ୍କର ପଶ୍ଚାଦ୍‍ଗାମୀ ହୋଇଅଛନ୍ତି; ଇସ୍ରାଏଲ ବଂଶ ଓ ଯିହୁଦା ବଂଶ, ସେମାନଙ୍କ ପୂର୍ବପୁରୁଷଗଣର ସହିତ ଆମ୍ଭର କୃତ ନିୟମ ଲଙ୍ଘନ କରିଅଛନ୍ତି।

11ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଅମଙ୍ଗଳ ଘଟାଇବା, ସେମାନେ ତହିଁରୁ ରକ୍ଷା ପାଇ ପାରିବେ ନାହିଁ; ପୁଣି, ସେମାନେ ଆମ୍ଭ ନିକଟରେ ଆର୍ତ୍ତସ୍ୱର କରିବେ, ମାତ୍ର ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।

12ତହୁଁ ଯିହୁଦାର ନଗରସମୂହ ଓ ଯିରୂଶାଲମ ନିବାସୀଗଣ ଯେଉଁ ଦେବଗଣ ନିକଟରେ ଧୂପ ଜ୍ୱଳାନ୍ତି, ସେମାନଙ୍କ ନିକଟକୁ ଯାଇ ଆର୍ତ୍ତସ୍ୱର କରିବେ; ମାତ୍ର ସେମାନେ ସେହି ବିପଦ ସମୟରେ ସେମାନଙ୍କୁ କିଛି ଉଦ୍ଧାର କରିବେ ନାହିଁ।

13କାରଣ ହେ ଯିହୁଦା, ତୁମ୍ଭର ନଗରସମୂହର ସଂଖ୍ୟାନୁସାରେ ତୁମ୍ଭର ଦେବଗଣ ଅଛନ୍ତି; ପୁଣି, ତୁମ୍ଭେମାନେ ଯିରୂଶାଲମର ସଡ଼କସମୂହର ସଂଖ୍ୟାନୁସାରେ, ଲଜ୍ଜାସ୍ପଦ ବସ୍ତୁ ଉଦ୍ଦେଶ୍ୟରେ ଯଜ୍ଞବେଦି, ଅର୍ଥାତ୍‍, ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ନିମନ୍ତେ ଯଜ୍ଞବେଦି ସ୍ଥାପନ କରିଅଛ।

14ଏହେତୁ ତୁମ୍ଭେ ଏହି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ ଉଚ୍ଚ ଆର୍ତ୍ତସ୍ୱର ଅବା ପ୍ରାର୍ଥନା କର ନାହିଁ, କାରଣ ସେମାନେ ଆପଣାମାନଙ୍କର ବିପଦ ସକାଶୁ ଆମ୍ଭ ନିକଟରେ ଆର୍ତ୍ତସ୍ୱର କଲା ବେଳେ ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।

15ଆମ୍ଭ ଗୃହରେ ଆମ୍ଭ ପ୍ରିୟାର କି କାର୍ଯ୍ୟ?

16ସଦାପ୍ରଭୁ ତୁମ୍ଭକୁ ମନୋହର ଫଳରେ

17ଯେହେତୁ ତୁମ୍ଭର ରୋପଣକର୍ତ୍ତା ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳର କଥା କହିଅଛନ୍ତି; ଇସ୍ରାଏଲ ବଂଶର ଓ ଯିହୁଦା ବଂଶର ଦୁଷ୍ଟତା ଏଥିର କାରଣ, ସେମାନେ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଆମ୍ଭକୁ ବିରକ୍ତ କରିବା ସକାଶୁ ଆପଣାମାନଙ୍କ ନିମନ୍ତେ ଆପେ ତାହା ସମ୍ପନ୍ନ କରିଅଛନ୍ତି।”

18ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ ଜ୍ଞାନ ଦିଅନ୍ତେ, ମୁଁ ତାହା ଜାଣିଲି; ସେସମୟରେ ତୁମ୍ଭେ ମୋତେ ସେମାନଙ୍କର କ୍ରିୟା ଦେଖାଇଲ।

19ମାତ୍ର ମୁଁ ହତ୍ୟା ନିମନ୍ତେ ନିଆଯାଉଥିବା ଶାନ୍ତ ମେଷଶାବକ ଓ ବଳଦ ପରି ଥିଲି; “ପୁଣି, ଆମ୍ଭେମାନେ ଫଳସୁଦ୍ଧା ବୃକ୍ଷ ନଷ୍ଟ କରୁ ଓ ତାହାର ନାମ ଯେପରି ଆଉ ସ୍ମରଣରେ ନ ଥାଏ, ଏଥିପାଇଁ ଜୀବିତ ଲୋକମାନଙ୍କ ଦେଶରୁ ତାହାକୁ କାଟି ପକାଉ,” ଏହି କଥା କହି ସେମାନେ ଯେ ମୋʼ ବିରୁଦ୍ଧରେ କୁମନ୍ତ୍ରଣା କରିଥିଲେ, ଏହା ମୁଁ ଜାଣି ନ ଥିଲି।

20ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ,

21ଏହେତୁ “ଅନାଥୋତ୍‍ ଲୋକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ତୁମ୍ଭର ପ୍ରାଣ ଅନ୍ୱେଷଣ କରି କହନ୍ତି, ତୁମ୍ଭେ ଯେପରି ଆମ୍ଭମାନଙ୍କ ହସ୍ତରେ ହତ ନ ହୁଅ, ଏଥିପାଇଁ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ;

22ଏନିମନ୍ତେ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା; ଯୁବାଗଣ ଖଡ୍ଗରେ ମରିବେ; ସେମାନଙ୍କର ପୁତ୍ର ଓ କନ୍ୟାଗଣ ଦୁର୍ଭିକ୍ଷରେ ମରିବେ;

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
>