ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 13:1-26 IRVOry - Bible AI

1ସଦାପ୍ରଭୁ ମୋତେ ଏହି କଥା କହିଲେ, “ତୁମ୍ଭେ ଯାଇ ମସିନା ନିର୍ମିତ ଏକ ପଟୁକା କିଣି ତାହା ଆପଣା କଟିଦେଶରେ ବାନ୍ଧ ଓ ଜଳରେ ତାହା ରଖ ନାହିଁ।”

2ତହିଁରେ ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପଟୁକା କିଣି ଆପଣା କଟିଦେଶରେ ବାନ୍ଧିଲି।

3ଏଥିଉତ୍ତାରେ ଦ୍ୱିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

4“ଯଥା, ଉଠ, ତୁମ୍ଭ କଟିଦେଶରେ ଥିବା ଯେଉଁ ପଟୁକା ତୁମ୍ଭେ କିଣିଅଛ, ତାହା ନେଇ ଫରାତ୍‍ ନଦୀ ନିକଟକୁ ଯାଇ, ସେଠାସ୍ଥିତ ଏକ ଶୈଳ ଛିଦ୍ରରେ ଲୁଚାଇ ରଖ।”

5ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୁଁ ଯାଇ ଫରାତ୍‍ ନଦୀ ନିକଟରେ ତାହା ଲୁଚାଇ ରଖିଲି।

6ପୁଣି, ଅନେକ ଦିନ ଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଉଠି ଫରାତ୍‍ ନଦୀ ନିକଟକୁ ଯାଅ ଓ ଯେଉଁ ପଟୁକା ସେଠାରେ ଲୁଚାଇ ରଖିବା ପାଇଁ ଆମ୍ଭେ ଆଜ୍ଞା କଲୁ, ତାହା ସେଠାରୁ ନିଅ।”

7ତେବେ ମୁଁ ଫରାତ୍‍ ନଦୀ ନିକଟକୁ ଯାଇ ସେହି ପଟୁକା ଲୁଚାଇ ରଖିଥିବା ସ୍ଥାନ ଖୋଳି ତାହା ନେଲି; ଆଉ ଦେଖ, ସେ ପଟୁକା ନଷ୍ଟ ହୋଇଅଛି, ତାହା ଆଉ କୌଣସି କର୍ମର ଯୋଗ୍ୟ ନୁହେଁ।

8ତେବେ “ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

9ଯଥା, ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ପ୍ରକାରେ ଯିହୁଦାର ଦର୍ପ ଓ ଯିରୂଶାଲମର ମହାଦର୍ପ ଚୂର୍ଣ୍ଣ କରିବା।

10ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।

11କାରଣ ସଦାପ୍ରଭୁ କହନ୍ତି, ମନୁଷ୍ୟର କଟିଦେଶରେ ପଟୁକା ଯେରୂପ ସଂଲଗ୍ନ ଥାଏ, ତଦ୍ରୂପ ଆମ୍ଭେ ସମୁଦାୟ ଇସ୍ରାଏଲ ଓ ସମୁଦାୟ ଯିହୁଦା-ବଂଶକୁ ଆମ୍ଭର ଲୋକ, କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ କରିବା ପାଇଁ ଆମ୍ଭଠାରେ ସଂଲଗ୍ନ କରାଇଲୁ; ମାତ୍ର ସେମାନେ ଆମ୍ଭ କଥା ଶୁଣିବାକୁ ଅସମ୍ମତ ହେଲେ।

12ଏହେତୁ ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ପ୍ରତ୍ୟେକ କଳସ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ;’ ତହିଁରେ ସେମାନେ ତୁମ୍ଭକୁ କହିବେ, ‘ପ୍ରତ୍ୟେକ କଳସ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ, ଏହା କʼଣ ଆମ୍ଭେମାନେ ଜାଣୁ ନାହୁଁ?’

13ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ, ଅର୍ଥାତ୍‍ ଦାଉଦର ସିଂହାସନୋପବିଷ୍ଟ ରାଜାଗଣଙ୍କୁ ଓ ଯାଜକମାନଙ୍କୁ, ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଓ ଯିରୂଶାଲମ ନିବାସୀ ସମସ୍ତଙ୍କୁ ମତ୍ତତାରେ ପୂର୍ଣ୍ଣ କରିବା।

14ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।’”

15ତୁମ୍ଭେମାନେ ଶୁଣ ଓ କର୍ଣ୍ଣପାତ କର; ଅହଙ୍କାର କର ନାହିଁ;

16ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅନ୍ଧକାର ଉପସ୍ଥିତ କରିବା ପୂର୍ବେ

17ମାତ୍ର ଯଦି ତୁମ୍ଭେମାନେ ଏ କଥା ଶୁଣିବ ନାହିଁ,

18ତୁମ୍ଭେ ରାଜାକୁ ଓ ରାଜମାତାକୁ କୁହ, “ତୁମ୍ଭେମାନେ ଆପଣାମାନଙ୍କୁ ନମ୍ର କରି ବସ;

19ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି

20ତୁମ୍ଭେମାନେ ଚକ୍ଷୁ ଖୋଲି ଉତ୍ତର ଦିଗରୁ ଆସନ୍ତା ଲୋକମାନଙ୍କୁ ଦେଖ;

21ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ,

22ପୁଣି ଯଦି ତୁମ୍ଭେ ମନେ ମନେ ପଚାରିବ,

23କୂଶୀୟ ଲୋକ କି ଆପଣା ଚର୍ମ

24ଏନିମନ୍ତେ ପ୍ରାନ୍ତରସ୍ଥ ବାୟୁ ସମ୍ମୁଖରେ ଉଡ଼ନ୍ତା ନଡ଼ା ପରି

25ସଦାପ୍ରଭୁ କହନ୍ତି, ଆମ୍ଭଠାରୁ ଏହି ତୁମ୍ଭର ବାଣ୍ଟ ଓ ପରିମିତ ଅଂଶ;

26ଏନିମନ୍ତେ ଆମ୍ଭେ ହିଁ ତୁମ୍ଭ ବସ୍ତ୍ରର ଅଞ୍ଚଳ

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
>