ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 14:1-21 IRVOry - Bible AI

1ଅନାବୃଷ୍ଟି ବିଷୟରେ ଯିରିମୀୟଙ୍କ ନିକଟରେ ଉପସ୍ଥିତ ସଦାପ୍ରଭୁଙ୍କର ବାକ୍ୟ।

2“ଯିହୁଦା ଶୋକ କରୁଅଛି ଓ ତହିଁର ନଗରଦ୍ୱାରସକଳ କ୍ଷୀଣ ହୋଇଅଛି,

3ପୁଣି, ସେମାନଙ୍କର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି;

4ଦେଶରେ ବୃଷ୍ଟି ନ ହେବା ସକାଶୁ ଭୂମି ଫାଟି ଯିବାରୁ

5ହଁ, ତୃଣ ନ ଥିବାରୁ ହରିଣୀ ମଧ୍ୟ ପଦାରେ ପ୍ରସବ କରି ଆପଣା ଛୁଆ ତ୍ୟାଗ କରିଯାଏ।

6ପୁଣି, ବନ୍ୟ ଗର୍ଦ୍ଦଭମାନେ ବୃକ୍ଷଶୂନ୍ୟ ଗିରି ଉପରେ ଠିଆ ହୋଇ

7“ହେ ସଦାପ୍ରଭୁ, ଯଦ୍ୟପି ଆମ୍ଭମାନଙ୍କର ଅଧର୍ମସବୁ

8ହେ ଇସ୍ରାଏଲର ଆଶାଭୂମି, ସଙ୍କଟ ସମୟରେ ତାହାର ଉଦ୍ଧାରକର୍ତ୍ତା,

9ତୁମ୍ଭେ କାହିଁକି ବିସ୍ମିତ ମନୁଷ୍ୟ ତୁଲ୍ୟ କିଅବା ଉଦ୍ଧାର କରିବାକୁ ଅସମର୍ଥ ବୀର ତୁଲ୍ୟ ହେବ;

10ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି,

11ଆହୁରି, ସଦାପ୍ରଭୁ ମୋତେ କହିଲେ,

12ସେମାନେ ଉପବାସ କଲେ, ଆମ୍ଭେ ସେମାନଙ୍କର କାତରୋକ୍ତି ଶୁଣିବା ନାହିଁ;

13ତହିଁରେ ମୁଁ କହିଲି, “ହାୟ ପ୍ରଭୁ, ସଦାପ୍ରଭୁ! ଦେଖ, ‘ତୁମ୍ଭେମାନେ ଖଡ୍ଗ ଦେଖିବ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି ଦୁର୍ଭିକ୍ଷ ଘଟିବ ନାହିଁ, ମାତ୍ର ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦୃଢ଼ ଶାନ୍ତି ଦେବା ବୋଲି ଭବିଷ୍ୟଦ୍‍ବକ୍ତାମାନେ ଏହି କଥା ସେମାନଙ୍କୁ କହନ୍ତି।’”

14ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହି ନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।

15ଏହେତୁ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ‘ଏହି ଦେଶରେ ଖଡ୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହେବ ନାହିଁ,’ ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ସେହି ଭବିଷ୍ୟଦ୍‍ବକ୍ତାମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ବିନଷ୍ଟ ହେବେ।

16ପୁଣି, ଯେଉଁ ଲୋକମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନେ ଦୁର୍ଭିକ୍ଷ ଓ ଖଡ୍ଗ ହେତୁରୁ ଯିରୂଶାଲମର ନାନା ସଡ଼କରେ ପକାଯିବେ; ପୁଣି, ସେମାନଙ୍କୁ ସେମାନଙ୍କ ଭାର୍ଯ୍ୟା ଓ ସେମାନଙ୍କ ପୁତ୍ର ଓ କନ୍ୟାମାନଙ୍କୁ କବର ଦେବା ପାଇଁ କେହି ନ ଥିବେ; କାରଣ ଆମ୍ଭେ ସେମାନଙ୍କ ଦୁଷ୍ଟତା ସେମାନଙ୍କ ଉପରେ ଢାଳି ଦେବା।

17ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ,

18ଆମ୍ଭେ ଯଦି ବାହାର ହୋଇ କ୍ଷେତ୍ରକୁ ଯାଉ,

19ତୁମ୍ଭେ କି ଯିହୁଦାକୁ ନିତାନ୍ତ ଅଗ୍ରାହ୍ୟ କରିଅଛ?

20ହେ ସଦାପ୍ରଭୁ, ଆମ୍ଭେମାନେ ଆପଣାମାନଙ୍କ ଦୁଷ୍ଟତା

21ତୁମ୍ଭେ ଆପଣା ନାମ ସକାଶୁ ଆମ୍ଭମାନଙ୍କୁ ଘୃଣା କର ନାହିଁ;

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
>