ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 17:1-26 IRVOry - Bible AI

1“ଯିହୁଦାର ପାପ ଲୌହ ଲେଖନୀରେ ଓ ହୀରକର କଣ୍ଟକ ଦ୍ୱାରା ଲିଖିତ ଅଛି;

2ପୁଣି, ସେମାନଙ୍କର ସନ୍ତାନଗଣ ଉଚ୍ଚ ଗିରିସ୍ଥିତ ହରିତ୍‍ପୂର୍ଣ୍ଣ ବୃକ୍ଷ ନିକଟରେ

3ହେ ଆମ୍ଭର କ୍ଷେତ୍ରସ୍ଥ ପର୍ବତ, ତୁମ୍ଭର ସମୁଦାୟ ଅଞ୍ଚଳରେ କୃତ ପାପ ସକାଶେ

4ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦେଲୁ, ତୁମ୍ଭେ ଆପେ ତହିଁରୁ କ୍ଷାନ୍ତ ହେବ।

5ସଦାପ୍ରଭୁ ଏହି କଥା କହନ୍ତି;

6ସେ ମରୁଭୂମିସ୍ଥିତ ଝାଉଁ ବୃକ୍ଷ ତୁଲ୍ୟ ହେବ,

7ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ,

8କାରଣ ସେ ଜଳ ନିକଟରେ ରୋପିତ ଓ ନଦୀ କୂଳରେ ବିସ୍ତୃତମୂଳ ବୃକ୍ଷ ତୁଲ୍ୟ ହେବ

9ଅନ୍ତଃକରଣ ସବୁଠାରୁ କପଟମୟ ଓ ଅପ୍ରତୀକାର୍ଯ୍ୟ ରୂପେ ପୀଡ଼ିତ;

10“ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ

11ଯେଉଁ ତିତ୍ତିର ପକ୍ଷୀ ଆପଣାର ଅପ୍ରସୂତ ଛୁଆମାନଙ୍କୁ ସଂଗ୍ରହ କରେ,

12ଆଦିକାଳରୁ ଊର୍ଦ୍ଧ୍ୱରେ ସ୍ଥାପିତ ଗୌରବମୟ ସିଂହାସନ,

13ହେ ଇସ୍ରାଏଲର ପ୍ରତ୍ୟାଶାଭୂମି ସଦାପ୍ରଭୁ,

14ହେ ସଦାପ୍ରଭୁ, ମୋତେ ସୁସ୍ଥ କର, ତହିଁରେ ମୁଁ ସୁସ୍ଥ ହେବି,

15ଦେଖ, ସେମାନେ ମୋତେ କୁହନ୍ତି, “ସଦାପ୍ରଭୁଙ୍କର ବାକ୍ୟ କାହିଁ।

16ମୁଁ ତ ତୁମ୍ଭ ପଛେ ପଛେ ମେଷପାଳକର କାର୍ଯ୍ୟ କରିବାରୁ

17ମୋʼ ପ୍ରତି ତ୍ରାସଜନକ ହୁଅ ନାହିଁ; ବିପଦ ଦିନରେ ତୁମ୍ଭେ ମୋର ଆଶ୍ରୟ ଅଟ।

18ଯେଉଁମାନେ ମୋତେ ତାଡ଼ନା କରନ୍ତି,

19ସଦାପ୍ରଭୁ ମୋତେ ଏହି କଥା କହିଲେ, “ଯିହୁଦାର ରାଜାଗଣ ଯେଉଁ ଦ୍ୱାର ଦେଇ ଭିତରେ ଯାଆନ୍ତି ଓ ବାହାରେ ଆସନ୍ତି, ଲୋକମାନଙ୍କ ସନ୍ତାନଗଣର ସେହି ଦ୍ୱାରରେ ଓ ଯିରୂଶାଲମର ସକଳ ଦ୍ୱାରରେ ଯାଇ ଠିଆ ହୁଅ;

20ଆଉ, ସେମାନଙ୍କୁ କୁହ, ‘ହେ ଯିହୁଦାର ରାଜାଗଣ, ହେ ସମୁଦାୟ ଯିହୁଦା ଓ ହେ ଯିରୂଶାଲମର ନିବାସୀ ସମସ୍ତେ, ତୁମ୍ଭେମାନେ ଯେତେ ଲୋକ ଏହିସବୁ ଦ୍ୱାର ଦେଇ ପ୍ରବେଶ କରିଥାଅ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;

21ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୁଅ ଓ ବିଶ୍ରାମ ଦିନରେ କୌଣସି ଭାର ବହ ନାହିଁ, କିଅବା ଯିରୂଶାଲମର ଦ୍ୱାର ଦେଇ ତାହା ଭିତରକୁ ଆଣ ନାହିଁ;

22ଅଥବା ବିଶ୍ରାମ ଦିନରେ ଆପଣା ଆପଣା ଗୃହରୁ କୌଣସି ବୋଝ ବାହାର କରି ନିଅ ନାହିଁ, କିଅବା ତୁମ୍ଭେମାନେ କୌଣସି କାର୍ଯ୍ୟ କର ନାହିଁ; ମାତ୍ର ତୁମ୍ଭେମାନେ ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ କର, ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଏହିରୂପେ ଆଜ୍ଞା କରିଥିଲୁ।

23ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ବରଞ୍ଚ ନ ଶୁଣିବା ପାଇଁ ଓ ଶିକ୍ଷା ଗ୍ରହଣ ନ କରିବା ପାଇଁ ଆପଣା ଆପଣା ଗ୍ରୀବା ଶକ୍ତ କଲେ।

24ପୁଣି, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଯେବେ ଯତ୍ନପୂର୍ବକ ଆମ୍ଭ କଥାରେ ମନୋଯୋଗ କରି ବିଶ୍ରାମବାରରେ ଏହି ନଗର-ଦ୍ୱାର ଦେଇ କୌଣସି ବୋଝ ଭିତରକୁ ନ ଆଣ ଓ ସେହି ଦିନ କୌଣସି କାର୍ଯ୍ୟ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ କର;

25ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜାଗଣ ଓ ଅଧିପତିଗଣ ରଥରେ ଓ ଅଶ୍ୱରେ ଚଢ଼ି, ସେମାନେ ଓ ସେମାନଙ୍କର ଅଧିପତିମାନେ, ଯିହୁଦାର ଲୋକମାନେ ଓ ଯିରୂଶାଲମର ନିବାସୀମାନେ ଏହି ନଗର-ଦ୍ୱାର ଦେଇ ପ୍ରବେଶ କରିବେ ଓ ଏହି ନଗର ସଦାକାଳ ରହିବ।

26ପୁଣି, ଲୋକମାନେ ଯିହୁଦାର ନଗରସମୂହରୁ, ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ଅଞ୍ଚଳରୁ, ବିନ୍ୟାମୀନ୍ ଦେଶରୁ ଓ ନିମ୍ନ ଭୂମିରୁ ଓ ପାର୍ବତୀୟ ଦେଶରୁ ଓ ଦକ୍ଷିଣ ଦେଶରୁ ହୋମବଳି, ନୈବେଦ୍ୟ ଓ କୁନ୍ଦୁରୁ ନେଇ, ଆଉ ପ୍ରଶଂସାର୍ଥକ ବଳି ଘେନି ସଦାପ୍ରଭୁଙ୍କ ଗୃହକୁ ଆସିବେ।

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
>