ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 20:1-17 IRVOry - Bible AI

1ଯିରିମୀୟ ଏହିସବୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବା ବେଳେ ଇମ୍ମେର ଯାଜକର ପୁତ୍ର, ସଦାପ୍ରଭୁଙ୍କ ଗୃହର ପ୍ରଧାନ ଅଧ୍ୟକ୍ଷ ପଶ୍‍ହୂର ତାହା ଶୁଣିଲା।

2ତହିଁରେ ପଶ୍‍ହୂର ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ପ୍ରହାର କରି, ସଦାପ୍ରଭୁଙ୍କ ଗୃହସ୍ଥିତ ବିନ୍ୟାମୀନ୍ ନାମକ ଉପର ଦ୍ୱାରରେ ଥିବା ହରିକାଠରେ ତାଙ୍କୁ ବନ୍ଦ କରି ରଖିଲା।

3ପୁଣି, ତହିଁ ପରଦିନ ପଶ୍‍ହୂର ଯିରିମୀୟଙ୍କୁ ହରିକାଠରୁ ବାହାର କରି ଆଣିଲା। ତହିଁରେ ଯିରିମୀୟ ତାହାକୁ କହିଲେ, “ସଦାପ୍ରଭୁ ତୁମ୍ଭର ନାମ ପଶ୍‍ହୂର ନ ରଖି, ମାଗୋରମୀଷାବୀବ୍‍ (ଚତୁର୍ଦ୍ଦିଗେ ଆଶଙ୍କା) ରଖିଅଛନ୍ତି।

4କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ୍ଗ ଦ୍ୱାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ୍ଗରେ ବଧ କରିବ।

5ଆହୁରି, ଆମ୍ଭେ ଏହି ନଗରର ସକଳ ସମ୍ପତ୍ତି ଓ ତହିଁର ଅର୍ଜିତ ସକଳ ଧନ ଓ ତହିଁର ସକଳ ବହୁମୂଲ୍ୟ ପଦାର୍ଥ ଦେବା, ହଁ, ଆମ୍ଭେ ଯିହୁଦାର ରାଜାଗଣର ସକଳ ଧନଭଣ୍ଡାର ସେମାନଙ୍କ ଶତ୍ରୁଗଣର ହସ୍ତଗତ କରିବା, ସେମାନେ ସେସବୁ ଲୁଟି କରି ନେବେ ଓ ବାବିଲକୁ ଘେନିଯିବେ।

6ପୁଣି, ହେ ପଶ୍‍ହୂର, ତୁମ୍ଭେ ତୁମ୍ଭ ଗୃହନିବାସୀ ସମସ୍ତଙ୍କ ସଙ୍ଗେ ବନ୍ଦୀତ୍ୱ ସ୍ଥାନକୁ ଯିବ ଓ ତୁମ୍ଭେ ବାବିଲରେ ଉପସ୍ଥିତ ହେବ, ଆଉ ସେଠାରେ ତୁମ୍ଭେ ମରିବ ଓ ସେଠାରେ କବର ପାଇବ, ତୁମ୍ଭର ଓ ତୁମ୍ଭେ ଯେଉଁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲ, ତୁମ୍ଭର ସେହି ବନ୍ଧୁ ସମସ୍ତଙ୍କର ଏହି ଦଶା ହେବ।”

7ହେ ସଦାପ୍ରଭୁ, ତୁମ୍ଭେ ମୋତେ ଭୁଲାଇଅଛ, ଆଉ ମୁଁ ଭ୍ରାନ୍ତ ହୋଇଅଛି;

8କାରଣ ମୁଁ ଯେତେ ଥର କଥା କହେ, ସେତେଥର କ୍ରନ୍ଦନ କରେ;

9ଯଦି ପୁଣି, “ମୁଁ ତାହାଙ୍କ ବିଷୟ କହିବି ନାହିଁ,

10କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି।

11ମାତ୍ର ସଦାପ୍ରଭୁ ଭୟାନକ ବୀର ପରି ମୋʼ ସଙ୍ଗରେ ଅଛନ୍ତି;

12ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ଧାର୍ମିକର ପରୀକ୍ଷକ,

13ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର, ସଦାପ୍ରଭୁଙ୍କର ପ୍ରଶଂସା କର;

14ମୁଁ ଯେଉଁ ଦିନ ଜନ୍ମ ହୋଇଥିଲି, ସେଦିନ ଶାପଗ୍ରସ୍ତ ହେଉ;

15ତୁମ୍ଭର ପୁତ୍ରସନ୍ତାନ ହୋଇଅଛି ବୋଲି ସମ୍ବାଦ ଦେଇ

16ପୁଣି, ସଦାପ୍ରଭୁ କ୍ଷମା ନ କରି ଯେସକଳ ନଗର ବିନାଶ କରିଥିଲେ,

17କାରଣ ସେ ମୋତେ ଗର୍ଭରୁ ମାରି ପକାଇଲା ନାହିଁ;

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
>