ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 23:1-39 IRVOry - Bible AI

1ସଦାପ୍ରଭୁ କହନ୍ତି, “ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନର ମେଷମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର!”

2ଏନିମନ୍ତେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କର ପାଳନକାରୀ ପାଳକମାନଙ୍କ ବିରୁଦ୍ଧରେ ଏହି କଥା କହନ୍ତି; “ତୁମ୍ଭେମାନେ ଆମ୍ଭର ପଲକୁ ଛିନ୍ନଭିନ୍ନ କରି ଦୂରକୁ ତଡ଼ି ଦେଇଅଛ ଓ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରି ନାହଁ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ ଦୁଷ୍କର୍ମର ପ୍ରତିଫଳ ଦେବା।

3ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହି ସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ।

4ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା, ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ହେବେ ନାହିଁ, କିଅବା ସେମାନଙ୍କର କେହି ଅନୁପସ୍ଥିତ ହେବେ ନାହିଁ, ଏହା ସଦାପ୍ରଭୁ କହନ୍ତି।

5ସଦାପ୍ରଭୁ କହନ୍ତି,

6ତାହାଙ୍କ ସମୟରେ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ;

7ଏଣୁକରି ‘ସଦାପ୍ରଭୁ କହନ୍ତି, ଦେଖ, ଇସ୍ରାଏଲ-ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;’

8ମାତ୍ର ‘ଇସ୍ରାଏଲ କୁଳଜାତ ବଂଶକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେଇଥିଲୁ, ସେହି ସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ,’ ଏପରି ସମୟ ଆସୁଅଛି; ଆଉ, ସେମାନେ ଆପଣାମାନଙ୍କ ଦେଶରେ ବାସ କରିବେ।”

9ଭବିଷ୍ୟଦ୍‍ବକ୍ତାମାନଙ୍କ ବିଷୟ।

10କାରଣ ଦେଶ ବ୍ୟଭିଚାରୀଗଣରେ+ 23:10 ବ୍ୟଭିଚାରୀଗଣରେ ଅର୍ଥାତ୍‍ ସଦାପ୍ରଭୁଙ୍କ ପ୍ରତି ଅବିଶ୍ଵସ୍ତତା* ପରିପୂର୍ଣ୍ଣ

11“କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ପାଷାଣ୍ଡ;

12ଏଣୁକରି ସେମାନଙ୍କର ପଥ ଅନ୍ଧକାରାବୃତ ଖସଡ଼ା ସ୍ଥାନ ହେବ;

13ଆହୁରି, ଆମ୍ଭେ ଶମରୀୟାର ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଅଜ୍ଞାନତା ଦେଖିଅଛୁ;

14ଯିରୂଶାଲମର ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ହିଁ

15ଏହେତୁ ସୈନ୍ୟାଧିପତି ସଦାପ୍ରଭୁ

16ସୈନ୍ୟାଧିପତି ସଦାପ୍ରଭୁ କହନ୍ତି,

17ସେମାନେ ଆମ୍ଭର ଅବଜ୍ଞାକାରୀମାନଙ୍କୁ ଅନୁକ୍ଷଣେ କହନ୍ତି,

18ମାତ୍ର ସଦାପ୍ରଭୁଙ୍କର ବାକ୍ୟ ପ୍ରତ୍ୟକ୍ଷରେ ଶୁଣିବା ପାଇଁ କିଏ

19ଦେଖ, ସଦାପ୍ରଭୁଙ୍କର ତୋଫାନ, ତାହାଙ୍କର ପ୍ରଚଣ୍ଡ କ୍ରୋଧ,

20ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରନ୍ତି,

21“ଆମ୍ଭେ ଏହି ଭବିଷ୍ୟଦ୍‍ବକ୍ତାମାନଙ୍କୁ ପଠାଇଲୁ ନାହିଁ, ତଥାପି ସେମାନେ ଦୌଡ଼ିଲେ;

22ମାତ୍ର ଯେବେ ସେମାନେ ଆମ୍ଭ ସଭାରେ ଠିଆ ହୋଇଥାʼନ୍ତେ,

23ସଦାପ୍ରଭୁ କହନ୍ତି,

24ସଦାପ୍ରଭୁ କହନ୍ତି,

25‘ଆମ୍ଭେ ସ୍ୱପ୍ନ ଦେଖିଅଛୁ, ଆମ୍ଭେ ସ୍ୱପ୍ନ ଦେଖିଅଛୁ ବୋଲି କହି’ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର କଥା ଆମ୍ଭେ ଶୁଣିଅଛୁ।

26ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ଅର୍ଥାତ୍‍, ଯେଉଁମାନେ ନିଜ ଅନ୍ତଃକରଣର କପଟତାର ଭବିଷ୍ୟଦ୍‍ବକ୍ତା ଅଟନ୍ତି, ସେମାନଙ୍କ ଅନ୍ତଃକରଣରେ ଏହା କେତେ କାଳ ଥିବ?

27ସେମାନଙ୍କର ପିତୃପୁରୁଷମାନେ ଯେପରି ବାଲ୍‍ଦେବ ସକାଶେ ଆମ୍ଭ ନାମ ପାସୋରି ପକାଇଲେ, ସେପରି ସେମାନେ ଆପଣା ଆପଣା ପ୍ରତିବାସୀ ନିକଟରେ ନିଜ ସ୍ୱପ୍ନ କଥା କହି ଆମ୍ଭ ଲୋକମାନଙ୍କୁ ଆମ୍ଭର ନାମ ବିସ୍ମୃତ କରାଇବାକୁ ବିଚାର କରନ୍ତି।

28ଯେଉଁ ଭବିଷ୍ୟଦ୍‍ବକ୍ତା ସ୍ୱପ୍ନ ଦେଖିଅଛି, ସେ ସ୍ୱପ୍ନ କଥା ପ୍ରକାଶ କରୁ, ପୁଣି ଯେ ଆମ୍ଭର ବାକ୍ୟ ପାଇଅଛି, ସେ ବିଶ୍ୱସ୍ତ ରୂପେ ଆମ୍ଭର ବାକ୍ୟ କହୁ।

29ସଦାପ୍ରଭୁ କହନ୍ତି, ଆମ୍ଭର ବାକ୍ୟ କି ଅଗ୍ନି ସ୍ୱରୂପ ନୁହେଁ?

30ଏଥିପାଇଁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍‍ବକ୍ତାମାନେ,

31ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆପଣା ଆପଣା ଜିହ୍ୱା ବ୍ୟବହାର କରି, ‘ସେ କହନ୍ତି’ ବୋଲି କହନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ।

32ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।

33ପୁଣି, ଯେତେବେଳେ ଏହି ଲୋକମାନେ, ଅବା ଭବିଷ୍ୟଦ୍‍ବକ୍ତା, ଅବା କୌଣସି ଯାଜକ ତୁମ୍ଭକୁ ପଚାରିବେ, ‘ସଦାପ୍ରଭୁଙ୍କର ଭାରୋକ୍ତି କଅଣ?’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ଭାରୋକ୍ତି କଅଣ! ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବା, ଏହା ସଦାପ୍ରଭୁଙ୍କର ଉକ୍ତି।’

34ଆଉ, ‘ସଦାପ୍ରଭୁଙ୍କର ପ୍ରତ୍ୟାଦେଶ,’ ଏହି କଥା ଭବିଷ୍ୟଦ୍‍ବକ୍ତା, ଯାଜକ ଓ ଲୋକମାନେ କହିଲେ, ଆମ୍ଭେ ସେ ଲୋକକୁ ଓ ତାହାର ବଂଶକୁ ଶାସ୍ତି ଦେବା।

35ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକୁ ଓ ଆପଣା ଭ୍ରାତାକୁ ଏହି କଥା କହିବ, ‘ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି? ଓ ସଦାପ୍ରଭୁ କି କଥା କହିଅଛନ୍ତି?’

36ପୁଣି, ‘ସଦାପ୍ରଭୁଙ୍କର ପ୍ରତ୍ୟାଦେଶ’ ବୋଲି ଆଉ ଉଚ୍ଚାରଣ କରିବ ନାହିଁ; କାରଣ ପ୍ରତ୍ୟେକ ମନୁଷ୍ୟର ନିଜ କଥା ତାହାର ପ୍ରତ୍ୟାଦେଶ ହେବ; ଯେହେତୁ ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟସକଳ ବିପରୀତ କରିଅଛ।

37ତୁମ୍ଭେ ଭବିଷ୍ୟଦ୍‍ବକ୍ତାଙ୍କୁ ଏହି କଥା କହିବ, ‘ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି?’ ଓ ‘ସଦାପ୍ରଭୁ କି କଥା କହିଅଛନ୍ତି?’

38ମାତ୍ର ‘ସଦାପ୍ରଭୁଙ୍କର ଭାରୋକ୍ତି,’ ଏହି କଥା ଯେବେ ତୁମ୍ଭେମାନେ କୁହ, ତେବେ ତହିଁ ସକାଶୁ ସଦାପ୍ରଭୁ କହନ୍ତି: ‘ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଲୋକ ପଠାଇ,’ ‘ସଦାପ୍ରଭୁଙ୍କର ଭାରୋକ୍ତି’ ବୋଲି କହିବାକୁ ନିଷେଧ କରିଅଛୁ, ତଥାପି ତୁମ୍ଭେମାନେ ‘ସଦାପ୍ରଭୁଙ୍କର ଭାରୋକ୍ତି ବୋଲି କହୁଅଛ।’

39ଏଣୁକରି ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ନିତାନ୍ତ ପାସୋରିବା, ପୁଣି, ତୁମ୍ଭମାନଙ୍କୁ ଓ ଯେଉଁ ନଗର ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଅଛୁ, ତାହାକୁ ଆମ୍ଭ ଛାମୁରୁ ଦୂର କରିବା;

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
>