ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 45:1-4 IRVOry - Bible AI

1ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ନେରୀୟର ପୁତ୍ର ବାରୂକ ଏହି ସମସ୍ତ କଥା ଯିରିମୀୟଙ୍କ ମୁଖରୁ ଶୁଣି ନଳାକାର ପୁସ୍ତକରେ ଲେଖିଲା ବେଳେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ତାହାକୁ ଏହି କଥା କହିଲେ,

2“ହେ ବାରୂକ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ତୁମ୍ଭକୁ ଏହି କଥା କହନ୍ତି;

3ତୁମ୍ଭେ କହିଲ, ‘ହାୟ, ହାୟ, ମୁଁ ଏବେ ସନ୍ତାପର ପାତ୍ର! କାରଣ ସଦାପ୍ରଭୁ ମୋʼ ବେଦନାରେ ଦୁଃଖ ଯୋଗ କରିଅଛନ୍ତି; ମୁଁ କାତରୋକ୍ତି କରି କରି କ୍ଳାନ୍ତ ହେଉଅଛି ଓ ମୋର କିଛି ବିଶ୍ରାମ ନାହିଁ।’

4ତୁମ୍ଭେ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାହା ନିର୍ମାଣ କରିଅଛୁ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ଯାହା ରୋପଣ କରିଅଛୁ, ତାହା ଆମ୍ଭେ ଉପାଡ଼ି ପକାଇବା, ଆଉ, ସମୁଦାୟ ଦେଶରେ ଏହା କରିବା।

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.