ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 7:1-33 IRVOry - Bible AI

1ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

2“ତୁମ୍ଭେ ସଦାପ୍ରଭୁଙ୍କ ଗୃହର ଦ୍ୱାରରେ ଠିଆ ହୋଇ ସେଠାରେ ଏହି କଥା ପ୍ରଚାର କରି କୁହ, ହେ ଯିହୁଦାର ଲୋକ ସମସ୍ତେ, ସଦାପ୍ରଭୁଙ୍କର ଭଜନା କରିବା ନିମନ୍ତେ ଏହିସବୁ ଦ୍ୱାରରେ ପ୍ରବେଶ କରିଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।

3ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ଶୁଧୁରାଅ, ତହିଁରେ ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ବାସ କରାଇବା।

4‘ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର,’ ଏହି ମିଥ୍ୟା କଥାରେ ବିଶ୍ୱାସ କର ନାହିଁ।

5କାରଣ ଯଦି ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ସମ୍ପୂର୍ଣ୍ଣ ରୂପେ ଶୁଧୁରାଅ; ଯଦି ତୁମ୍ଭେମାନେ ମନୁଷ୍ୟ ଓ ତାହାର ପ୍ରତିବାସୀ ମଧ୍ୟରେ ସମ୍ପୂର୍ଣ୍ଣ ରୂପେ ବିଚାର ନିଷ୍ପତ୍ତି କର;

6ଯଦି ତୁମ୍ଭେମାନେ ବିଦେଶୀ, ପିତୃହୀନ ଓ ବିଧବା ପ୍ରତି ଉପଦ୍ରବ ନ କର ଓ ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ ନ କର, କିଅବା ଆପଣା ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବଗଣର ପଶ୍ଚାଦ୍‍ଗାମୀ ନ ହୁଅ;

7ତେବେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ, ପୁରାତନ କାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ଦେଶରେ ବାସ କରାଇବା।

8ଦେଖ, ଯଦ୍ଦ୍ୱାରା ଉପକାର ହୋଇ ନ ପାରେ, ଏପରି ମିଥ୍ୟା କଥାରେ ତୁମ୍ଭେମାନେ ବିଶ୍ୱାସ କରୁଅଛ।

9ତୁମ୍ଭେମାନେ କି ଚୋରି, ନରହତ୍ୟା ଓ ବ୍ୟଭିଚାର ଓ ମିଥ୍ୟା ଶପଥ ଓ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପଦାହ ଓ ତୁମ୍ଭମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ପଶ୍ଚାଦ୍‍ଗମନ କରିବ,

10ତହୁଁ ଆମ୍ଭ ନାମରେ ଖ୍ୟାତ ଏହି ଗୃହ ମଧ୍ୟକୁ ଆସି ଆମ୍ଭ ସମ୍ମୁଖରେ ଠିଆ ହେବ, ଆଉ କହିବ, ‘ଆମ୍ଭେମାନେ ଉଦ୍ଧାର ପାଇଲୁ;’ ଯେପରି ଏହିସବୁ ଘୃଣାଯୋଗ୍ୟ କର୍ମ କରି ପାରୁ?

11ଆମ୍ଭ ନାମରେ ଖ୍ୟାତ ଏହି ଗୃହ ତୁମ୍ଭମାନଙ୍କ ଦୃଷ୍ଟିରେ କି ଚୋରମାନଙ୍କର ଗହ୍ୱର ହୋଇଅଛି? ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ, ଆମ୍ଭେ ହିଁ ତାହା ଦେଖିଅଛୁ।

12ମାତ୍ର ଶୀଲୋସ୍ଥିତ ଯେଉଁ ସ୍ଥାନରେ ଆମ୍ଭେ ପୂର୍ବେ ଆପଣା ନାମ ବାସ କରାଇଥିଲୁ, ଏବେ ତୁମ୍ଭେମାନେ ଆମ୍ଭର ସେହି ସ୍ଥାନକୁ ଯାଅ, ଆଉ ଆମ୍ଭର ଇସ୍ରାଏଲ ଲୋକଙ୍କ ଦୁଷ୍ଟତା ସକାଶୁ ଆମ୍ଭେ ତହିଁ ପ୍ରତି ଯାହା କରିଅଛୁ, ତାହା ଦେଖ।

13ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଏହିସବୁ କର୍ମ କରିଅଛ ଓ ଆମ୍ଭେ ପ୍ରତ୍ୟୁଷରେ ଉଠି କଥା କହିଲେ ହେଁ ତୁମ୍ଭେମାନେ ଶୁଣିଲ ନାହିଁ ଓ ଆମ୍ଭେ ଡାକିଲେ ହେଁ ତୁମ୍ଭେମାନେ ଉତ୍ତର ଦେଲ ନାହିଁ;

14ଏହେତୁ ଆମ୍ଭେ ଶୀଲୋ ପ୍ରତି ଯେରୂପ କରିଅଛୁ, ଆମ୍ଭ ନାମରେ ଖ୍ୟାତ ଏହି ଯେଉଁ ଗୃହରେ ତୁମ୍ଭେମାନେ ବିଶ୍ୱାସ କରୁଅଛ, ତାହା ପ୍ରତି; ପୁଣି ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ସ୍ଥାନ ପ୍ରତି ଆମ୍ଭେ ତଦ୍ରୂପ କରିବା!

15ଆଉ, ଆମ୍ଭେ ତୁମ୍ଭମାନଙ୍କର ଭ୍ରାତୃଗଣକୁ, ଅର୍ଥାତ୍‍, ଇଫ୍ରୟିମର ସମୁଦାୟ ବଂଶକୁ ଯେପରି ଦୂର କରିଅଛୁ, ସେପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କରିବା।

16ଏଣୁକରି ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ କାତରୋକ୍ତି ଅବା ପ୍ରାର୍ଥନା ଉତ୍ସର୍ଗ କର ନାହିଁ, ଆମ୍ଭ ନିକଟରେ ନିବେଦନ କର ନାହିଁ; କାରଣ ଆମ୍ଭେ ତୁମ୍ଭ କଥା ଶୁଣିବା ନାହିଁ।

17ସେମାନେ ଯିହୁଦାର ନଗର ଓ ଯିରୂଶାଲମର ସଡ଼କସବୁରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖୁ ନାହଁ?

18ଆମ୍ଭକୁ ବିରକ୍ତ କରିବା ପାଇଁ ଆକାଶର ରାଣୀ+ 7:18 ଆକାଶର ରାଣୀ ଅର୍ଥାତ୍‍ ଏହା ଅଷ୍ଟାରୋତ୍‍ ଦେବୀର ଅନ୍ୟ ନାମ ଅଟେ * ଉଦ୍ଦେଶ୍ୟରେ ପିଷ୍ଟକ ପାକ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ବାଳକମାନେ କାଠ ସାଉଣ୍ଟନ୍ତି, ପିତୃଗଣ ଅଗ୍ନି ଜ୍ୱଳାନ୍ତି, ସ୍ତ୍ରୀମାନେ ମଇଦା ଚକଟନ୍ତି।

19ସଦାପ୍ରଭୁ କହନ୍ତି, ସେମାନେ କʼଣ ଆମ୍ଭକୁ ବିରକ୍ତ କରନ୍ତି? ବରଞ୍ଚ ଆପଣାମାନଙ୍କ ମୁଖର ବିବର୍ଣ୍ଣତା ନିମନ୍ତେ କʼଣ ଆପଣାମାନଙ୍କୁ ବିରକ୍ତ ନ କରନ୍ତି?

20ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।”

21ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କର ଅନ୍ୟାନ୍ୟ ବଳି ସହିତ ତୁମ୍ଭମାନଙ୍କର ହୋମବଳି ଯୋଗ କରି ମାଂସ ଭୋଜନ କର।

22କାରଣ ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ, ସେହି ଦିନ ଆମ୍ଭେ ହୋମ କିଅବା ବଳିଦାନ ବିଷୟରେ କହିଲୁ ନାହିଁ କି ଆଜ୍ଞା ଦେଲୁ ନାହିଁ;

23ମାତ୍ର ଆମ୍ଭେ ଆଜ୍ଞା ଦେଇ ସେମାନଙ୍କୁ ଏହି କଥା କହିଲୁ, ତୁମ୍ଭେମାନେ ଆମ୍ଭ ରବରେ ଅବଧାନ କର, ତହିଁରେ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ପଥରେ ଚାଲିବାକୁ ଆଜ୍ଞା କରୁ, ସେସବୁ ପଥରେ ତୁମ୍ଭେମାନେ ଚାଲ, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।

24ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ଓ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଗମନ କରି ପଶ୍ଚାଦ୍‍ବର୍ତ୍ତୀ ହେଲେ, ଅଗ୍ରବର୍ତ୍ତୀ ହେଲେ ନାହିଁ।

25ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ମିସର ଦେଶରୁ ବାହାର ହୋଇ ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାମାନଙ୍କୁ ପଠାଇବା ନିମନ୍ତେ ନିତ୍ୟ ନିତ୍ୟ ପ୍ରତ୍ୟୁଷରେ ଉଠି ତୁମ୍ଭମାନଙ୍କ ନିକଟକୁ ସେମାନଙ୍କୁ ପଠାଇଅଛୁ;

26ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ।

27ଆଉ, ତୁମ୍ଭେ ଏହିସବୁ କଥା ସେମାନଙ୍କୁ କହିବ; ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ; ତୁମ୍ଭେ ସେମାନଙ୍କୁ ଡାକିବ; ମାତ୍ର ସେମାନେ ତୁମ୍ଭକୁ ଉତ୍ତର ଦେବେ ନାହିଁ।

28ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ‘ଯେଉଁମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ ଓ ଶିକ୍ଷା ଗ୍ରହଣ କରି ନାହାନ୍ତି, ସେମାନେ ଏହି ଗୋଷ୍ଠୀ; ସତ୍ୟତା ଲୁପ୍ତ ଓ ତାହା ସେମାନଙ୍କ ମୁଖରୁ ଉଚ୍ଛିନ୍ନ ହୋଇଅଛି।

29ହେ ଯିରୂଶାଲମ, ଆପଣା ମସ୍ତକର କେଶ କାଟି ପକାଇଦିଅ

30ଯେହେତୁ ସଦାପ୍ରଭୁ କହନ୍ତି,

31ସେମାନେ ଆପଣା ଆପଣା ପୁତ୍ରକନ୍ୟାଗଣକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତ୍‍ର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି; ଏହା ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ।

32ଏନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ତାହା ତୋଫତ୍‍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ନାମରେ ଆଉ ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି; କାରଣ ଆଉ ସ୍ଥାନ ନ ଥିବାଯାଏ ଲୋକମାନେ ତୋଫତ୍‍ରେ କବର ଦେବେ।

33ତହିଁରେ ଏହି ଲୋକମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ; ଆଉ, ସେମାନଙ୍କୁ କେହି ତଡ଼ି ଦେବ ନାହିଁ।

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.