ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 8:1-21 IRVOry - Bible AI

1ସଦାପ୍ରଭୁ କହନ୍ତି, ସେହି ସମୟରେ ଲୋକମାନେ ଯିହୁଦାର ରାଜାଗଣର ଅସ୍ଥି ଓ ତାହାର ଅଧିପତିଗଣର ଅସ୍ଥି, ଯାଜକଗଣର ଅସ୍ଥି, ଭବିଷ୍ୟଦ୍‍ବକ୍ତାଗଣଙ୍କ ଅସ୍ଥି ଓ ଯିରୂଶାଲମ ନିବାସୀଗଣର ଅସ୍ଥି ସେମାନଙ୍କ କବରରୁ ବାହାର କରିବେ।

2ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍‍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।

3ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦେଇଅଛୁ, ସେସବୁ ସ୍ଥାନରେ ସେମାନଙ୍କର ଅବଶିଷ୍ଟ ଥିବା ସମସ୍ତଙ୍କ ପ୍ରତି ଜୀବନ ଅପେକ୍ଷା ବରଞ୍ଚ ମୃତ୍ୟୁୁ ବାଞ୍ଛନୀୟ ହେବ।

4ଆହୁରି, ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି,

5ତେବେ ଯିରୂଶାଲମସ୍ଥ ଏହି ଲୋକମାନେ

6ଆମ୍ଭେ ମନୋଯୋଗ କରି ଶୁଣିଲୁ, ମାତ୍ର ସେମାନେ ଯଥାର୍ଥ କଥା କହିଲେ ନାହିଁ;

7ହଁ, ଆକାଶଗାମିନୀ ଚରଳ ଆପଣାର ନିରୂପିତ ସମୟ ଜାଣେ;

8ଆମ୍ଭେମାନେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ୟବସ୍ଥା ଆମ୍ଭମାନଙ୍କଠାରେ ଅଛି,

9ଜ୍ଞାନୀମାନେ ଲଜ୍ଜିତ ହୋଇଅଛନ୍ତି, ସେମାନେ ଘାବରା ଓ ଧରା ହୋଇଅଛନ୍ତି;

10ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ

11ପୁଣି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି, ଶାନ୍ତି’ ବୋଲି କହି

12ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କʼଣ ଲଜ୍ଜିତ ହେଲେ?

13ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ସଂହାର କରିବା;

14ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ? ଏକତ୍ରିତ ହୁଅ, ଆସ,

15ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ;

16“ଦାନ୍ ନଗରଠାରୁ ତାହାର ଅଶ୍ୱଗଣର ନାସା ଶବ୍ଦ ଶୁଣା ଯାଉଅଛି;

17ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ, କାଳସର୍ପମାନଙ୍କୁ ପଠାଇବା,

18ଆହା, ମୁଁ ଯେବେ ଦୁଃଖ ପ୍ରତିକୂଳରେ ଆପଣାକୁ ସାନ୍ତ୍ୱନା କରିପାରନ୍ତି!

19ଦେଖ, ଅତି ଦୂର ଦେଶରୁ ମୋʼ ଲୋକଙ୍କ କନ୍ୟାର ଆର୍ତ୍ତନାଦ;

20“ଶସ୍ୟସଂଗ୍ରହର ସମୟ ଗତ ହେଲା, ଗ୍ରୀଷ୍ମକାଳ ଶେଷ ହେଲା,

21ମୁଁ ଆପଣା ଲୋକମାନଙ୍କ କନ୍ୟାର ଦୁଃଖ ସକାଶୁ ଦୁଃଖିତ;

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.