ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 13:1-21 IRVOry - Bible AI

1ବାବିଲ ବିଷୟକ ବାର୍ତ୍ତା, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ।

2ତୁମ୍ଭେମାନେ ବୃକ୍ଷଶୂନ୍ୟ ପର୍ବତ ଉପରେ ଧ୍ୱଜା ଟେକ, ଲୋକମାନଙ୍କ ପ୍ରତି ରବ ଉଠାଅ,

3ଆମ୍ଭେ ଆପଣା ପବିତ୍ର ଲୋକମାନଙ୍କୁ ଆଦେଶ କରିଅଛୁ,

4ପର୍ବତମାନରେ ମହାଜନତାର ନ୍ୟାୟ ଲୋକସମୂହର ରବ ହେଉଅଛି!

5ସେମାନେ, ଅର୍ଥାତ୍‍, ସଦାପ୍ରଭୁ ଓ ତାହାଙ୍କ କ୍ରୋଧରୂପ ଅସ୍ତ୍ରସବୁ ସମୁଦାୟ ଦେଶ ଉଚ୍ଛିନ୍ନ କରିବା ନିମନ୍ତେ ଦୂର ଦେଶରୁ,

6ତୁମ୍ଭେମାନେ ହାହାକାର କର; କାରଣ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ; ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ନ୍ୟାୟ ତାହା ଆସିବ।

7ଏହେତୁ ସକଳ ହସ୍ତ ଦୁର୍ବଳ ହେବ ଓ ପ୍ରତ୍ୟେକ ମାନବ ହୃଦୟ ତରଳି ଯିବ;

8ପୁଣି, ସେମାନେ ଭୟଭୀତ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରାନ୍ତ କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ;

9ଦେଖ, ଦେଶ ଧ୍ୱଂସ କରିବାକୁ ଓ ତହିଁ ମଧ୍ୟରୁ ପାପୀମାନଙ୍କୁ ବିନାଶ କରିବାକୁ ସଦାପ୍ରଭୁଙ୍କର ଦିନ ଭୟଙ୍କର;

10କାରଣ ଆକାଶମଣ୍ଡଳର ତାରାଗଣ ଓ ତହିଁର ନକ୍ଷତ୍ରଗଣ ଦୀପ୍ତି ଦେବେ ନାହିଁ;

11ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା

12ଆମ୍ଭେ ଉତ୍ତମ ସୁବର୍ଣ୍ଣ ଅପେକ୍ଷା ମର୍ତ୍ତ୍ୟକୁ ଓ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମନୁଷ୍ୟକୁ ଅଳ୍ପ କରିବା।

13ଏହେତୁ ଆମ୍ଭେ ଆକାଶମଣ୍ଡଳକୁ କମ୍ପାନ୍ୱିତ କରିବା,

14ତହିଁରେ ଏପରି ଘଟିବ ଯେ, ତାଡ଼ିତ ହରିଣର ନ୍ୟାୟ ଓ ଅରକ୍ଷକ ମେଷ ତୁଲ୍ୟ

15ଯେକୌଣସି ଲୋକର ଉଦ୍ଦେଶ୍ୟ ମିଳିବ, ତାହାକୁ ଅସ୍ତ୍ରବିଦ୍ଧ ହେବ ଓ ଯେକୌଣସି ଲୋକକୁ ଧରାଯିବ, ସେ ଖଡ୍ଗରେ ପତିତ ହେବ।

16ସେମାନଙ୍କର ଶିଶୁଗଣ ମଧ୍ୟ ସେମାନଙ୍କ ଦୃଷ୍ଟିଗୋଚରରେ କଚଡ଼ା ଯିବେ;

17ଦେଖ, ଆମ୍ଭେ ସେମାନଙ୍କ ପ୍ରତିକୂଳରେ ମାଦୀୟମାନଙ୍କୁ ଉତ୍ତେଜିତ କରିବା,

18ସେମାନଙ୍କର ଧନୁ ଯୁବକମାନଙ୍କୁ କଚାଡ଼ି ପକାଇବ

19ପୁଣି, ରାଜ୍ୟସମୂହର ଗୌରବ ସ୍ୱରୂପ ଓ କଲ୍‍ଦୀୟମାନଙ୍କ ଦର୍ପର ଲାବଣ୍ୟ ସ୍ୱରୂପ ଯେ ବାବିଲ,

20ତାହା କଦାପି ବସତି ସ୍ଥାନ ହେବ ନାହିଁ, ପୁରୁଷ ପୁରୁଷାନୁକ୍ରମେ କେହି ତହିଁରେ ବାସ କରିବେ ନାହିଁ;

21ମାତ୍ର ବନ୍ୟ ପଶୁମାନେ ସେହି ସ୍ଥାନରେ ଶୟନ କରିବେ ଓ ସେମାନଙ୍କର ଗୃହ ଚିତ୍କାରକାରୀ ଜନ୍ତୁରେ ପରିପୂର୍ଣ୍ଣ ହେବ;

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
>