ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 19:1-24 IRVOry - Bible AI

1ମିସର ବିଷୟକ ଭବିଷ୍ୟତବାଣୀ।

2ପୁଣି, ଆମ୍ଭେ ମିସରୀୟମାନଙ୍କୁ ମିସରୀୟମାନଙ୍କ ପ୍ରତିକୂଳରେ ଉତ୍ତେଜିତ କରିବା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇର ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ବିରୁଦ୍ଧରେ ଯୁଦ୍ଧ କରିବେ;

3ଆଉ, ମିସରର ଆତ୍ମା ତାହା ମଧ୍ୟରେ ଶୂନ୍ୟ କରାଯିବ ଓ ଆମ୍ଭେ ତାହାର ମନ୍ତ୍ରଣା ଗ୍ରାସ କରିବା;

4ଆଉ, ଆମ୍ଭେ ମିସରୀୟମାନଙ୍କୁ ଏକ ନିର୍ଦ୍ଦୟ ପ୍ରଭୁ ହସ୍ତରେ ସମର୍ପଣ କରିବା ଓ ଏକ ଦୁରନ୍ତ ରାଜା ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବ,

5ପୁଣି, ସମୁଦ୍ର ଜଳଶୂନ୍ୟ ହେବ ଓ ନଦୀ କ୍ଷୟ ପାଇ ଶୁଷ୍କ ହେବ।

6ଆଉ, ନଦୀସବୁ ଦୁର୍ଗନ୍ଧ ହେବ; ମିସରର ସ୍ରୋତସବୁ ସାନ ହୋଇ ଶୁଖିଯିବ;

7ନୀଳ ନଦୀ ନିକଟସ୍ଥ,

8କେଉଟମାନେ ମଧ୍ୟ ବିଳାପ କରିବେ ଓ ଯେଉଁମାନେ ନୀଳ ନଦୀରେ ବନଶୀ ପକାନ୍ତି, ସେମାନେ ସମସ୍ତେ ଶୋକ କରିବେ,

9ଆହୁରି, ଯେଉଁମାନେ ପରିଷ୍କୃତ ଛଣପଟର କାର୍ଯ୍ୟ କରନ୍ତି ଓ ଯେଉଁମାନେ ଶୁକ୍ଳବସ୍ତ୍ର ବୁଣନ୍ତି, ସେମାନେ ଲଜ୍ଜିତ ହେବେ।

10ପୁଣି, ତାହାର ସ୍ତମ୍ଭସକଳ ଭଙ୍ଗାଯାଇ ଖଣ୍ଡ ଖଣ୍ଡ ହେବ, ବେତନ ପାଇଁ କାର୍ଯ୍ୟ କରିବା ଲୋକ ସମସ୍ତେ ପ୍ରାଣରେ ଦୁଃଖିତ ହେବେ।

11ସୋୟନର ଅଧିପତିମାନେ ନିତାନ୍ତ ନିର୍ବୋଧ ଅଟନ୍ତି; ଫାରୋର ବିଜ୍ଞବର ମନ୍ତ୍ରୀଗଣର ମନ୍ତ୍ରଣା ପଶୁବତ୍‍ ହୋଇଅଛି;

12ତେବେ ତୁମ୍ଭର ଜ୍ଞାନୀ ଲୋକମାନେ କେଉଁଠାରେ?

13ସୋୟନର ଅଧିପତିମାନେ ନିର୍ବୋଧ ହୋଇଅଛନ୍ତି, ନୋଫର ଅଧିପତିମାନେ ଭ୍ରାନ୍ତ ହୋଇଅଛନ୍ତି; ଯେଉଁମାନେ ମିସରୀୟ ଗୋଷ୍ଠୀବର୍ଗର କୋଣ-ପ୍ରସ୍ତର ସ୍ୱରୂପ, ସେମାନେ ମିସରକୁ ବିପଥରେ ଗମନ କରାଇଅଛନ୍ତି।

14ସଦାପ୍ରଭୁ ମିସର ମଧ୍ୟରେ ଭ୍ରାନ୍ତିରୂପ ଆତ୍ମା ମିଶ୍ରିତ କରିଅଛନ୍ତି;

15ପୁଣି, ମସ୍ତକ କିମ୍ବା ଲାଙ୍ଗୁଳ, କିମ୍ବା ତାଳବାହୁଙ୍ଗା କିମ୍ବା ଜଳଜ ତୃଣ ଯାହା କରିପାରେ, ଏପରି କୌଣସି କାର୍ଯ୍ୟ ମିସର ପାଇଁ କରାଯିବ ନାହିଁ।

16ସେହି ଦିନ ମିସର ସ୍ତ୍ରୀମାନଙ୍କ ତୁଲ୍ୟ ହେବ, ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ତାହା ଉପରେ ଯେଉଁ ହସ୍ତ ହଲାନ୍ତି, ତାହାଙ୍କର ସେହି ହସ୍ତ ହଲିବା ସକାଶୁ ସେ କମ୍ପିବ ଓ ଭୀତ ହେବ।

17ମିସର ପ୍ରତି ଯିହୁଦା ଦେଶ ତ୍ରାସଜନକ ହେବ, ସୈନ୍ୟାଧିପତି ସଦାପ୍ରଭୁ ତାହାର ପ୍ରତିକୂଳରେ ଯେଉଁ ମନ୍ତ୍ରଣା କରନ୍ତି, ତହିଁ ସକାଶୁ ଯେ ପ୍ରତ୍ୟେକ ଲୋକକୁ ଯିହୁଦାର ନାମ କୁହାଯାଏ, ସେ ଭୀତ ହେବ।

18ସେହି ଦିନ ମିସର ଦେଶ ମଧ୍ୟରେ ପାଞ୍ଚ ନଗର କିଣାନୀୟ ଭାଷାବାଦୀ ହେବେ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଶପଥ କରିବେ, ଏକ ନଗର ଉତ୍ପାଟନ ନଗର ବୋଲି ଖ୍ୟାତ ହେବ।

19ସେହି ଦିନ ମିସର ଦେଶର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ହେବ ଓ ତହିଁର ସୀମା ନିକଟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସ୍ତମ୍ଭ ସ୍ଥାପିତ ହେବ।

20ପୁଣି, ତାହା ମିସର ଦେଶରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଚିହ୍ନ ଓ ସାକ୍ଷୀ ସ୍ୱରୂପ ହେବ; କାରଣ ସେମାନେ ଉପଦ୍ରବୀଗଣର ସକାଶୁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରିବେ, ତହିଁରେ ସେ ଜଣେ ତ୍ରାଣକର୍ତ୍ତା ଓ ରକ୍ଷକ ପଠାଇବେ ଓ ସେ ସେମାନଙ୍କୁ ଉଦ୍ଧାର କରିବେ।

21ପୁଣି, ମିସରକୁ ସଦାପ୍ରଭୁଙ୍କର ପରିଚୟ ଦିଆଯିବ ଓ ସେହି ଦିନ ମିସରୀୟମାନେ ସଦାପ୍ରଭୁଙ୍କୁ ଜାଣିବେ; ଆହୁରି, ସେମାନେ ବଳି ଓ ନୈବେଦ୍ୟ ଦେଇ ଆରାଧନା କରିବେ ଓ ସଦାପ୍ରଭୁଙ୍କ ନିକଟରେ ମାନତ କରି ତାହା ପୂର୍ଣ୍ଣ କରିବେ।

22ପୁଣି, ସଦାପ୍ରଭୁ ମିସରକୁ ପ୍ରହାର କରିବେ, ପ୍ରହାର କରିବେ ଓ ସୁସ୍ଥ କରିବେ; ପୁଣି, ସେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ଆସିବେ, ତହିଁରେ ସେ ସେମାନଙ୍କର ବିନତି ଗ୍ରାହ୍ୟ କରି ସେମାନଙ୍କୁ ସୁସ୍ଥ କରିବେ।

23ସେହି ଦିନ ମିସରଠାରୁ ଅଶୂରକୁ ଏକ ରାଜପଥ ପଡ଼ିବ, ତହିଁରେ ଅଶୂରୀୟମାନେ ମିସରକୁ ଓ ମିସରୀୟମାନେ ଅଶୂରକୁ ଯାତାୟାତ କରିବେ; ପୁଣି, ମିସରୀୟମାନେ ଅଶୂରୀୟମାନଙ୍କ ସଙ୍ଗେ ଆରାଧନା କରିବେ।

24ସେହି ଦିନ ଇସ୍ରାଏଲ, ମିସର ଓ ଅଶୂରର ସଙ୍ଗେ ତୃତୀୟ ହୋଇ ପୃଥିବୀ ମଧ୍ୟରେ ଆଶୀର୍ବାଦର ପାତ୍ର ହେବ;

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
>