ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 20:1-5 IRVOry - Bible AI

1ଅଶୂରର ରାଜା ସର୍ଗୋନର ପ୍ରେରିତ ତର୍ତ୍ତାନ ସେନାଧ୍ୟକ୍ଷ ଯେଉଁ ବର୍ଷ ଅସ୍ଦୋଦକୁ ଆସି ତାହା ପ୍ରତିକୂଳରେ ଯୁଦ୍ଧ କରି ହସ୍ତଗତ କଲା;

2ସେହି ସମୟରେ ଆମୋସର ପୁତ୍ର ଯିଶାଇୟ ଦ୍ୱାରା ସଦାପ୍ରଭୁ ଏହି କଥା କହିଲେ, “ଯାଅ, ତୁମ୍ଭ କଟିଦେଶରୁ ଚଟବସ୍ତ୍ର ଫିଟାଅ ଓ ତୁମ୍ଭ ପାଦରୁ ପାଦୁକା କାଢ଼,” ତହିଁରେ ସେ ତାହା କରି ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କଲା।

3ତେବେ ସଦାପ୍ରଭୁ କହିଲେ, “ଆମ୍ଭର ଦାସ ଯିଶାଇୟ ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ହେବା ପାଇଁ ଯେପରି ତିନି ବର୍ଷ ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କରିଅଛି;

4ସେହିପରି ଅଶୂରର ରାଜା ମିସରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର, ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ।

5ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ୱାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ୱରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ।

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.