ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 24:1-22 IRVOry - Bible AI

1ଦେଖ, ସଦାପ୍ରଭୁ ପୃଥିବୀକୁ ଶୂନ୍ୟ ଓ ଉଜାଡ଼ କରୁଅଛନ୍ତି, ଆଉ ତାହା ଓଲଟାଇ ତହିଁର ନିବାସୀମାନଙ୍କୁ ଛିନ୍ନଭିନ୍ନ କରୁଅଛନ୍ତି।

2ତହିଁରେ ଯେପରି ଲୋକମାନଙ୍କର, ସେହିପରି ଯାଜକର; ଯେପରି ଦାସର, ସେହିପରି ତାହାର କର୍ତ୍ତାର; ଯେପରି ଦାସୀର, ସେହିପରି ତାହାର କର୍ତ୍ତ୍ରୀର;

3ପୃଥିବୀ ସମ୍ପୂର୍ଣ୍ଣ ରୂପେ ଶୂନ୍ୟ ଓ ସମ୍ପୂର୍ଣ୍ଣ ରୂପେ ଲୁଟିତ ହେବ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।

4ପୃଥିବୀ ଶୋକ କରି ନିସ୍ତେଜ ହେଉଅଛି, ଜଗତ ମ୍ଳାନ ହୋଇ ନିସ୍ତେଜ ହେଉଅଛି,

5ପୃଥିବୀ ତନ୍ନିବାସୀମାନଙ୍କ ପଦ ତଳେ ଅପବିତ୍ର ହୋଇଅଛି, କାରଣ ସେମାନେ ବ୍ୟବସ୍ଥାସବୁ ଲଙ୍ଘନ କରିଅଛନ୍ତି, ବିଧି ଅନ୍ୟଥା କରିଅଛନ୍ତି,

6ଏହେତୁ ଅଭିଶାପ ପୃଥିବୀକୁ ଗ୍ରାସ କରିଅଛି ଓ ତନ୍ନିବାସୀଗଣ ଅପରାଧୀ ହୋଇଅଛନ୍ତି;

7ନୂତନ ଦ୍ରାକ୍ଷାରସ ଶୋକ କରୁଅଛି, ଦ୍ରାକ୍ଷାଲତା ମ୍ଳାନ ହେଉଅଛି, ପ୍ରଫୁଲ୍ଲଚିତ୍ତ ସମସ୍ତେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି।

8ତବଲାର ଆମୋଦ ନିବୃତ୍ତ ହେଉଅଛି, ଉଲ୍ଲାସକାରୀମାନଙ୍କର ଧ୍ୱନି ଶେଷ ହେଉଅଛି,

9ଲୋକମାନେ ଗାନ ସହକାରେ ଦ୍ରାକ୍ଷାରସ ପାନ କରିବେ ନାହିଁ; ସୁରାପାୟୀମାନଙ୍କୁ ସୁରା ତିକ୍ତ ଲାଗିବ।

10ନିର୍ଜନ ନଗର ଭଗ୍ନ ହୋଇଅଛି; କୌଣସି ମନୁଷ୍ୟ ଯେପରି ଭିତରକୁ ଯାଇ ନ ପାରିବ, ଏଥିପାଇଁ ପ୍ରତ୍ୟେକ ଗୃହ ରୁଦ୍ଧ ହୋଇଅଛି।

11ଦ୍ରାକ୍ଷାରସ ସକାଶେ ସଡ଼କରେ ଚିତ୍କାର ହୁଏ;

12ନଗରରେ ଧ୍ୱଂସତା ମାତ୍ର ଅବଶିଷ୍ଟ ଥାଏ ଓ ଦ୍ୱାର ଭଗ୍ନ ହୋଇ ବିନଷ୍ଟ ହୋଇଅଛି।

13କାରଣ ଯେପରି ଜୀତବୃକ୍ଷ ଝାଡ଼ିବା ବେଳେ ହୁଏ ଓ ଦ୍ରାକ୍ଷାଫଳ ସଂଗ୍ରହ ଉତ୍ତାରେ ଯେପରି ଦ୍ରାକ୍ଷା ସାଉଁଟିବାର ହୁଏ,

14ଏମାନେ ଉଚ୍ଚ ରବ କରିବେ, ଏମାନେ ଆନନ୍ଦଧ୍ୱନି କରିବେ;

15ଏହେତୁ ତୁମ୍ଭେମାନେ ପୂର୍ବଦେଶରେ ସଦାପ୍ରଭୁଙ୍କର, ଅର୍ଥାତ୍‍,

16ଧାର୍ମିକମାନେ ଶୋଭା ପାଆନ୍ତି, ଏହି ଗାନ ଆମ୍ଭେମାନେ ପୃଥିବୀର ପ୍ରାନ୍ତ ସୀମାରୁ ଶୁଣିଅଛୁ।

17ହେ ପୃଥିବୀନିବାସୀ ଲୋକ, ତୁମ୍ଭ ନିମନ୍ତେ ଭୟ, ଗର୍ତ୍ତ ଓ ଫାନ୍ଦ ପ୍ରସ୍ତୁତ ଅଛି।

18ଆଉ, ଏପରି ଘଟିବ, କେହି ଯଦି ଭୟର ଶବ୍ଦରୁ ପଳାଏ, ସେ ଗର୍ତ୍ତରେ ପଡ଼ିବ;

19ପୃଥିବୀ ନିତାନ୍ତ ବିଦୀର୍ଣ୍ଣ ହେଉଅଛି, ପୃଥିବୀ ନିତାନ୍ତ ତରଳି ଯାଇଅଛି,

20ପୃଥିବୀ ମତ୍ତ ଲୋକ ପରି ଟଳଟଳ ହେବ ଓ କୁଡ଼ିଆ ଘର ପରି ଏଣେତେଣେ ଦୋହଲିବ;

21ପୁଣି, ସେହି ଦିନ ସଦାପ୍ରଭୁ ଊର୍ଦ୍ଧ୍ୱରେ ଊର୍ଦ୍ଧ୍ୱସ୍ଥମାନଙ୍କର ସୈନ୍ୟସାମନ୍ତକୁ

22ତହିଁରେ ଯେପରି ବନ୍ଦୀମାନେ କୂପରେ ଏକତ୍ରୀକୃତ ହୁଅନ୍ତି, ସେହିପରି ସେମାନେ ଏକତ୍ରୀକୃତ ହୋଇ ବନ୍ଦୀଗୃହରେ ରୁଦ୍ଧ ହେବେ,

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
>