ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 26:1-20 IRVOry - Bible AI

1ସେହି ଦିନ ଯିହୁଦା ଦେଶରେ ଏହି ଗୀତ ଗାନ କରାଯିବ;

2ସତ୍ୟପାଳନକାରୀ ଧାର୍ମିକ ଗୋଷ୍ଠୀ ଯେପରି ପ୍ରବେଶ କରି ପାରିବେ, ଏଥିପାଇଁ ତୁମ୍ଭେମାନେ ନଗରର ଦ୍ୱାରସବୁ ମୁକ୍ତ କର।

3ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ।

4ତୁମ୍ଭେମାନେ ସଦାକାଳ ସଦାପ୍ରଭୁଙ୍କଠାରେ ନିର୍ଭର ରଖ; କାରଣ ସଦାପ୍ରଭୁ ଯିହୋବାଃଙ୍କଠାରେ ଅନନ୍ତକାଳସ୍ଥାୟୀ ଶୈଳ ଅଛି।

5ପୁଣି, ସେ ଊର୍ଦ୍ଧ୍ୱସ୍ଥାନ ନିବାସୀମାନଙ୍କୁ, ଉନ୍ନତ ନଗରକୁ ଅବନତ କରିଅଛନ୍ତି;

6ପାଦ, ଦରିଦ୍ରମାନଙ୍କର ପାଦ ଓ ଦୀନହୀନମାନଙ୍କ ପାଦବିକ୍ଷେପ ତାହା ଦଳିତ କରିବ।”

7ଧାର୍ମିକର ମାର୍ଗ ସରଳ; ଯଥାର୍ଥିକ ଯେ ତୁମ୍ଭେ, ତୁମ୍ଭେ ଧାର୍ମିକର ପଥ ଦେଖାଉଅଛ।

8ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗରେ ତୁମ୍ଭ ଅପେକ୍ଷାରେ ରହିଅଛୁ;

9ରାତ୍ରିକାଳରେ ମୁଁ ଆପଣା ପ୍ରାଣ ସହିତ ତୁମ୍ଭର ଆକାଂକ୍ଷା କରିଅଛି; ହଁ, ମୁଁ ଆପଣା ଅନ୍ତରସ୍ଥ ଆତ୍ମା ସହିତ ଶୀଘ୍ର ତୁମ୍ଭର ଅନ୍ୱେଷଣ କରିବି;

10ଦୁଷ୍ଟ ଲୋକ ପ୍ରତି ଦୟା ପ୍ରକାଶ କରାଗଲେ ହେଁ ସେ ଧର୍ମ ଶିଖିବ ନାହିଁ; ସରଳତାର ଦେଶରେ ସେ ଅନ୍ୟାୟ କରିବ

11ହେ ସଦାପ୍ରଭୋ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ,

12ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଶାନ୍ତି ନିରୂପଣ କରିବ; କାରଣ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କର ସକଳ କାର୍ଯ୍ୟ ସାଧନ କରିଅଛ।

13ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ଛଡ଼ା ଅନ୍ୟ ପ୍ରଭୁମାନେ ଆମ୍ଭମାନଙ୍କ ଉପରେ ରାଜତ୍ୱ କରିଥିଲେ, ମାତ୍ର କେବଳ ତୁମ୍ଭ ଦ୍ୱାରା ଆମ୍ଭେମାନେ ତୁମ୍ଭ ନାମର କୀର୍ତ୍ତନ କରିବା।

14ସେମାନେ ମରିଅଛନ୍ତି, ସେମାନେ ଆଉ ଜୀବିତ ହେବେ ନାହିଁ; ସେମାନେ ମୃତ ହୋଇଅଛନ୍ତି, ସେମାନେ ଉଠିବେ ନାହିଁ;

15ତୁମ୍ଭେ ଏ ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ, ହେ ସଦାପ୍ରଭୋ, ତୁମ୍ଭେ ଏହି ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ; ତୁମ୍ଭେ ଗୌରବାନ୍ୱିତ ହୋଇଅଛ;

16ହେ ସଦାପ୍ରଭୋ, ସଙ୍କଟ ସମୟରେ ସେମାନେ ତୁମ୍ଭର ଅନ୍ୱେଷଣ କରିଅଛନ୍ତି, ତୁମ୍ଭର ଶାସ୍ତି ସେମାନଙ୍କ ଉପରେ ଥିବା ବେଳେ ସେମାନେ ପ୍ରାର୍ଥନା ଢାଳି ପକାଇଲେ।

17ଗର୍ଭିଣୀ ପ୍ରସବକାଳର ନିକଟବର୍ତ୍ତୀ ହେବା ବେଳେ ଯେପରି ବ୍ୟଥିତା ହୁଏ ଓ ବେଦନାରେ କ୍ରନ୍ଦନ କରେ,

18ଆମ୍ଭେମାନେ ଗର୍ଭିଣୀ ହୋଇଅଛୁ, ଆମ୍ଭେମାନେ ବ୍ୟଥିତା ହୋଇ ବାୟୁ ପ୍ରସବ କରିଅଛୁ; ଆମ୍ଭେମାନେ ଦେଶର ଉଦ୍ଧାର ସାଧନ କରି ନାହୁଁ;

19ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ। ହେ ଧୂଳିନିବାସୀମାନେ,+ 26:19 ଅର୍ଥାତ୍‍ ମୃତ୍ୟୁ ଲୋକମାନେ* ତୁମ୍ଭେମାନେ ଉଠି ଗାନ କର;

20ହେ ମୋହର ଲୋକେ, ଆସ, ତୁମ୍ଭର ଅନ୍ତରାଳୟରେ ପ୍ରବେଶ କରି ତୁମ୍ଭ ଚାରିଆଡ଼େ ଦ୍ୱାର ରୁଦ୍ଧ କର;

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
>