ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 27:1-12 IRVOry - Bible AI

1ସେହି ଦିନ ସଦାପ୍ରଭୁ ଆପଣାର ନିର୍ଦ୍ଦୟ, ବୃହତ ଓ ଶକ୍ତିଶାଳୀ ଖଡ୍ଗ ଦ୍ୱାରା

2ସେହି ଦିନରେ ଏକ ଦ୍ରାକ୍ଷାକ୍ଷେତ୍ର ଅଛି, ତୁମ୍ଭେମାନେ ତହିଁର ଉଦ୍ଦେଶ୍ୟରେ ଗାନ କର।

3ଆମ୍ଭେ ସଦାପ୍ରଭୁ ତାହା ରକ୍ଷା କରୁ; ଆମ୍ଭେ ନିମିଷକୁ ନିମିଷ ତହିଁରେ ଜଳ ସେଚନ କରିବା;

4ଆମ୍ଭଠାରେ କ୍ରୋଧ ନାହିଁ; ଆଃ, ଯଦି କାନକୋଳି ଓ କଣ୍ଟକ ବୃକ୍ଷସବୁ ଯୁଦ୍ଧରେ ଆମ୍ଭର ବିପକ୍ଷ ହୁଅନ୍ତେ!

5ନଚେତ୍ ଆମ୍ଭ ସଙ୍ଗେ ମିଳନ କରିବା ପାଇଁ ସେ ଆମ୍ଭ ପରାକ୍ରମର ଅବଲମ୍ବନ କରୁ; ହଁ, ସେ ଆମ୍ଭ ସଙ୍ଗେ ମିଳନ କରୁ।

6ଭବିଷ୍ୟତ କାଳରେ ଯାକୁବ ଚେର ବାନ୍ଧିବ; ଇସ୍ରାଏଲ ମୁକ୍ତ ଓ ପ୍ରଫୁଲ୍ଲ ହେବ

7ତାହାର ପ୍ରହାରକାରୀମାନଙ୍କୁ ସେ ଯେପରି ପ୍ରହାର କଲେ, ସେହିପରି ସେ କି ତାହାକୁ ପ୍ରହାର କରିଅଛନ୍ତି? ଅବା, ତାହା ଦ୍ୱାରା ହତ ଲୋକମାନଙ୍କ ତୁଲ୍ୟ ସେ କି ହତ ହୋଇଅଛି?

8ତୁମ୍ଭେ ତାହାକୁ ବାହାର କରିବା ବେଳେ ପରିତ୍ରାଣକ୍ରମେ ତାହା ସଙ୍ଗେ ବିବାଦ କରୁଅଛ; ସେ ପୂର୍ବୀୟ ବାୟୁ ଦିନରେ ନିଜ ପ୍ରବଳ ବାୟୁ ଦ୍ୱାରା ତାହାକୁ ସ୍ଥାନାନ୍ତରିତ କରିଅଛନ୍ତି।

9ଏହେତୁ ଏହା ଦ୍ୱାରା ଯାକୁବର ଅପରାଧ ମାର୍ଜିତ ହେବ ଓ ତାହାର ପାପ ଦୂରୀକୃତ ହେବାର ସମସ୍ତ ଫଳ ଏହି;

10କାରଣ ସୁଦୃଢ଼ ନଗର ପ୍ରାନ୍ତରର ତୁଲ୍ୟ ନିର୍ଜନ, ଲୋକ ବିବର୍ଜିତ ଓ ପରିତ୍ୟକ୍ତ ବସତି ସ୍ଥାନ ହୋଇଅଛି;

11ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗାଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ;

12ସେହି ଦିନ ସଦାପ୍ରଭୁ ପ୍ଲାବିତ ନଦୀ ସୀମା ମିସରର ସ୍ରୋତ ପର୍ଯ୍ୟନ୍ତ ଆପଣା ଫଳ ଝାଡ଼ିବେ,

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
>