ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 3:1-25 IRVOry - Bible AI

1ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମ ଓ ଯିହୁଦାଠାରୁ ଯଷ୍ଟି ଓ ଯଷ୍ଟିକା,

2ବୀର, ଯୋଦ୍ଧା; ବିଚାରକର୍ତ୍ତା, ଭବିଷ୍ୟଦ୍‍ବକ୍ତା, ମନ୍ତ୍ରଜ୍ଞ, ପ୍ରାଚୀନ;

3ପଚାଶପତି, ସମ୍ଭ୍ରାନ୍ତ ମନୁଷ୍ୟ, ମନ୍ତ୍ରୀ, ନିପୁଣ ଶିଳ୍ପକର ଓ ନିପୁଣ ଶୁଭାଶୁଭବାଦୀ (ଦୂରୀକୃତ ହେବେ)।

4ଆମ୍ଭେ ବାଳକମାନଙ୍କୁ ସେମାନଙ୍କର ଅଧିପତି କରିବା ଓ ଶିଶୁମାନେ ସେମାନଙ୍କ ଉପରେ ଶାସନ କରିବେ।

5ଆଉ, ଲୋକମାନେ ଏକ ଜଣ ଅନ୍ୟ ଜଣ ଦ୍ୱାରା ଓ ପ୍ରତ୍ୟେକ ଲୋକ ଆପଣା ପ୍ରତିବାସୀ ଦ୍ୱାରା ଉପଦ୍ରୁତ ହେବେ;

6କେହି କେହି ଆପଣା ଭ୍ରାତାକୁ ତାହାର ପିତୃଗୃହରେ ଧରି କହିବେ,

7ସେ ସେହି ଦିନ ଆପଣା ରବ ଉଠାଇ କହିବ

8ଯେହେତୁ ଯିରୂଶାଲମ ବିନଷ୍ଟ ଓ ଯିହୁଦା ପତିତ ହୋଇଅଛି;

9ସେମାନଙ୍କ ମୁଖର ଆକାର ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦିଏ; ପୁଣି, ସେମାନେ ସଦୋମର ନ୍ୟାୟ ଆପଣାମାନଙ୍କ ପାପ ପ୍ରକାଶ କରି ଗୋପନ କରନ୍ତି ନାହିଁ।

10ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ, ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ।

11ଦୁଷ୍ଟ ଲୋକର ସନ୍ତାପ ହେବ! ତାହାର ଅମଙ୍ଗଳ ଘଟିବ; କାରଣ ତାହାର ହସ୍ତକୃତ କର୍ମର ପ୍ରତିଫଳ ତାହାକୁ ଦିଆଯିବ।

12ମୋʼ ଲୋକମାନଙ୍କ ବିଷୟ ଦେଖିଲେ, ବାଳକମାନେ ମୋʼ ଲୋକମାନଙ୍କର ଉପଦ୍ରବକାରୀ ଓ ସ୍ତ୍ରୀମାନେ ସେମାନଙ୍କ ଉପରେ ଶାସନ କରନ୍ତି।

13ସଦାପ୍ରଭୁ ପ୍ରତିବାଦ କରିବାକୁ ଠିଆ ହେଉଅଛନ୍ତି,

14ସଦାପ୍ରଭୁ ଆପଣା ଲୋକମାନଙ୍କର ପ୍ରାଚୀନବର୍ଗର ଓ ଅଧିପତିଗଣର ସହିତ ବିଚାରରେ ଉପସ୍ଥିତ ହେବେ;

15“ତୁମ୍ଭେମାନେ ଯେ ଆମ୍ଭ ଲୋକମାନଙ୍କୁ ଦଳି ପକାଉଅଛ ଓ ଦରିଦ୍ରମାନଙ୍କ ମୁଖ ଘଷି ପକାଉଅଛ,

16ଆହୁରି ସଦାପ୍ରଭୁ କହିଲେ, “ସିୟୋନର କନ୍ୟାଗଣ ଅହଙ୍କାରିଣୀ

17ଏହେତୁ ପ୍ରଭୁ ସିୟୋନର କନ୍ୟାଗଣର ମସ୍ତକ କାଛୁମୟ କରିବେ ଓ ସଦାପ୍ରଭୁ ସେମାନଙ୍କର ଗୁପ୍ତ ସ୍ଥାନ ଅନାବୃତ କରିବେ।”

18ସେହି ଦିନ ପ୍ରଭୁ ସେମାନଙ୍କର ଗର୍ବ ସ୍ୱରୂପ ନୂପୁର, ଜାଲିବସ୍ତ୍ର, ଚନ୍ଦ୍ରହାର;

19କର୍ଣ୍ଣଭୂଷଣ, ଚୁଡ଼ି, ଘୁମୁଟା;

20ଶିରୋଭୂଷଣ, ପାଦର ବଳା, କଟିବନ୍ଧନୀ, ଅତରଧାନୀ, କବଚ;

21ମୁଦି, ନଥ;

22ଉତ୍ସବକାଳୀନ ବସ୍ତ୍ର, ଆବରଣୀୟ ବସ୍ତ୍ର, ସାଲ, ଗାଞ୍ଜିଆ;

23ଦର୍ପଣ, ସୂକ୍ଷ୍ମ ବସ୍ତ୍ର, ଶିରୋବନ୍ଧନୀ ଓ ଓଢ଼ଣି କାଢ଼ି ପକାଇବେ।

24ତହିଁରେ ସୁଗନ୍ଧି ଦ୍ରବ୍ୟ ବଦଳରେ ଦୁର୍ଗନ୍ଧ ପୂଜ, କଟିବନ୍ଧନୀର ପରିବର୍ତ୍ତେ ରଜ୍ଜୁ,

25ତୁମ୍ଭର ପୁରୁଷମାନେ ଖଡ୍ଗାଘାତରେ ଓ ତୁମ୍ଭର ବିକ୍ରମୀଗଣ ଯୁଦ୍ଧରେ ପତିତ ହେବେ।

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.