ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 35:1-9 IRVOry - Bible AI

1ପ୍ରାନ୍ତର ଓ ଶୂନ୍ୟସ୍ଥାନ ଆନନ୍ଦିତ ହେବ; ଆଉ, ମରୁଭୂମି ଉଲ୍ଲସିତ ହୋଇ

2ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ;

3ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଓ ଥରଥର ଆଣ୍ଠୁକୁ ସୁସ୍ଥିର କର।

4ଭୀତାନ୍ତଃକରଣମାନଙ୍କୁ କୁହ, “ସାହସିକ ହୁଅ, ଭୟ କର ନାହିଁ;

5ସେତେବେଳେ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ ହେବ ଓ ବଧିରମାନଙ୍କର କର୍ଣ୍ଣ ମୁକ୍ତ ହେବ।

6ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ୱା ଗାନ କରିବ;

7ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ;

8ପୁଣି, ସେଠାରେ ଏକ ରାଜଦାଣ୍ଡ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ;

9ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ;

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.