ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 37:1-37 IRVOry - Bible AI

1ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ହୋଇ ସଦାପ୍ରଭୁଙ୍କ ଗୃହକୁ ଗଲା।

2ପୁଣି, ସେ ରାଜଗୃହାଧ୍ୟକ୍ଷ ଇଲିୟାକୀମ୍‍କୁ, ଶିବ୍‍ନ ଲେଖକଙ୍କୁ ଓ ଯାଜକମାନଙ୍କର ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ପଠାଇଲା।

3ତହିଁରେ ସେମାନେ ତାଙ୍କୁ କହିଲେ, “ହିଜକୀୟ ଏହିପରି କହିଅଛନ୍ତି, ‘ଆଜି ଦିନ ଆପଦ, ଅନୁଯୋଗ ଓ ଅପମାନର ଦିନ; କାରଣ ସନ୍ତାନଗଣ ପ୍ରସବ-ଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।

4ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍‍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।’”

5ଏହିରୂପେ ହିଜକୀୟ ରାଜାର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ।

6ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ ଏହିପରି କହିବ, ‘ସଦାପ୍ରଭୁ କହନ୍ତି, ଅଶୂରୀୟ ରାଜାର ଦାସମାନେ ଆମ୍ଭଙ୍କୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ।

7ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ; ଆଉ, ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।’”

8ଏଥିଉତ୍ତାରେ ଅଶୂରୀୟ ରାଜା ଲାଖୀଶ୍‍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍‍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍‍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା।

9ପୁଣି, ଅଶୂରୀୟ ରାଜା କୂଶଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା ଯେ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି; ଏହା ଶୁଣି ସେ ହିଜକୀୟ ନିକଟକୁ ଦୂତଗଣ ପଠାଇ କହିଲା,

10“ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟକୁ ଏହି କଥା କହିବ, ‘ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ୱାସଭୂମି ପରମେଶ୍ୱର ତୁମ୍ଭକୁ ନ ଭୁଲାଉନ୍ତୁ।

11ଦେଖ, ଅଶୂରୀୟ ରାଜାମାନେ ନିଃଶେଷ ରୂପେ ବିନାଶ କରିବା ଦ୍ୱାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ଆଉ, ତୁମ୍ଭେ କʼଣ ଉଦ୍ଧାର ପାଇବ?

12ମୋʼ ପିତୃଲୋକମାନେ ଯେଉଁ ଗୋଶନ, ହାରଣ, ରେତ୍ସଫ ଦେଶୀୟମାନଙ୍କୁ ଓ ତଳଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ?

13ହମାତର ରାଜା, ଅର୍ପଦର ରାଜା, ସଫର୍ବୟିମ ନଗରର, ହେନାର ଓ ଅବ୍ବାର ରାଜା କାହାନ୍ତି?’”

14ତହିଁରେ ହିଜକୀୟ ଦୂତଗଣର ହସ୍ତରୁ ପତ୍ର ଗ୍ରହଣ କରି ତାହା ପାଠ କଲା; ଆଉ, ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ମେଲାଇଲା।

15ଆଉ, ହିଜକୀୟ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲା,

16“ହେ କିରୂବଗଣ ଉପରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।

17ହେ ସଦାପ୍ରଭୋ, ଆପଣା କର୍ଣ୍ଣ ଡେରି ଶୁଣ; ହେ ସଦାପ୍ରଭୋ, ଆପଣା ଚକ୍ଷୁ ଫିଟାଇ ଦେଖ; ପୁଣି, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ସନ୍‍‌‌ହେରୀବ ଯାହା କହି ପଠାଇଅଛି, ତାହାର ସେହି ସବୁ କଥା ଶୁଣ।

18ହେ ସଦାପ୍ରଭୋ, ଅଶୂରୀୟ ରାଜାମାନେ ସର୍ବଦେଶୀୟ ଲୋକମାନଙ୍କୁ, ସେମାନଙ୍କର ଦେଶକୁ ଉଚ୍ଛିନ୍ନ କରିଅଛନ୍ତି

19ଓ ସେମାନଙ୍କର ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନୁହନ୍ତି, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେମାନେ ସେମାନଙ୍କୁ ବିନାଶ କରିଅଛନ୍ତି।

20ଏଣୁ ଏବେ, ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”

21ଏଉତ୍ତାରେ ଆମୋସଙ୍କ ପୁତ୍ର ଯିଶାଇୟ ହିଜକୀୟ ନିକଟକୁ କହି ପଠାଇଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍‍‌‌ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ପ୍ରାର୍ଥନା କରିବାରୁ,

22ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି;

23ତୁମ୍ଭେ କାହାକୁ ଧିକ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ

24ତୁମ୍ଭେ ଆପଣା ଦାସଗଣ ଦ୍ୱାରା ପ୍ରଭୁଙ୍କୁ ଧିକ୍କାର କରିଅଛ ଓ କହିଅଛ,

25ଆମ୍ଭେ ଖୋଳି ଜଳ ପାନ କରିଅଛୁ,

26କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ

27ଏହେତୁ ତନ୍ନିବାସୀମାନେ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଉଦ୍‍ବିଗ୍ନ ହେଲେ;

28ତୁମ୍ଭର ବସିବାର, ବାହାରେ ଯିବାର, ଭିତରେ ଆସିବାର ଓ ଆମ୍ଭ ବିରୁଦ୍ଧରେ କ୍ରୋଧ କରିବାର ଆମ୍ଭେ ଜାଣୁ।

29ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି,

30ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ;

31ପୁଣି, ଯିହୁଦା ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ।

32କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକେ ଓ ରକ୍ଷାପ୍ରାପ୍ତ ଲୋକେ ସିୟୋନ ପର୍ବତରୁ ବାହାରିବେ;

33ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି,

34ସଦାପ୍ରଭୁ କହନ୍ତି, ସେ ଯେଉଁ ବାଟରେ ଆସିଲା, ସେହି ବାଟରେ ଫେରିଯିବ ଓ ସେ ଏହି ନଗରକୁ ଆସିବ ନାହିଁ।

35କାରଣ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରକୁ ରକ୍ଷା କରିବା ପାଇଁ ସପକ୍ଷ ହେବା।”

36ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ।

37ତହିଁରେ ଅଶୂରର ରାଜା ସନ୍‍‌‌ହେରୀବ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା।

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
>