ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 38:1-21 IRVOry - Bible AI

1ସେହି ସମୟରେ ହିଜକୀୟର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ତାହା ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।”

2ଏଥିରେ ହିଜକୀୟ କାନ୍ଥ ଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲା,

3“ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ, ହିଜକୀୟ ଅତିଶୟ ରୋଦନ କଲା।

4ସେତେବେଳେ ଯିଶାଇୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।

5“ତୁମ୍ଭେ ଯାଇ ହିଜକୀୟକୁ କୁହ, ସଦାପ୍ରଭୁ, ତୁମ୍ଭ ପୂର୍ବପୁରୁଷ ଦାଉଦଙ୍କ ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ, ତୁମ୍ଭର ଲୋତକ ଦେଖିଅଛୁ, ଦେଖ, ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା।

6ପୁଣି, ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜା ହସ୍ତରୁ ରକ୍ଷା କରିବା ଓ ଆମ୍ଭେ ଏହି ନଗରର ସପକ୍ଷ ହେବା।’”

7ଆଉ, ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ;

8ଦେଖ, ଆମ୍ଭେ ଆହସ୍‌ର ସୂର୍ଯ୍ୟ ଘଟିକାରେ ସୂର୍ଯ୍ୟର ଛାୟା ଯେତେ ଆଗକୁ ଯାଇଅଛି, ତାହା ଦଶ ପାହୁଣ୍ଡ ପଛକୁ ଫେରାଇ ଆଣିବା। ତହୁଁ ଘଟିକାରେ ସୂର୍ଯ୍ୟ ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ପଛକୁ ସେତିକି ଫେରି ଆସିଲା।

9ଯିହୁଦାର ରାଜା ହିଜକୀୟ ପୀଡ଼ିତ ହୋଇ ଆପଣା ପୀଡ଼ାରୁ ସୁସ୍ଥ ହେଲା ଉତ୍ତାରେ ଏହା ଲେଖିଲା, ଯଥା,

10ମୁଁ କହିଲି, ମୁଁ ଆପଣା ଆୟୁର ମଧ୍ୟାହ୍ନ ସମୟରେ ପାତାଳର ପୁରଦ୍ୱାରରେ ପ୍ରବେଶ କରିବି;

11ମୁଁ କହିଲି ମୁଁ ସଦାପ୍ରଭୁଙ୍କୁ, ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କୁ ଦେଖିବି ନାହିଁ;

12ମୋହର ଆୟୁ ଦୂରୀକୃତ ହୋଇଅଛି ଓ ମେଷପାଳକର ତମ୍ବୁ ପରି ମୋʼ ଠାରୁ ସ୍ଥାନାନ୍ତରିତ ହୋଇଅଛି;

13ମୁଁ ପ୍ରଭାତ ପର୍ଯ୍ୟନ୍ତ ଆପଣାକୁ ସୁସ୍ଥିର କଲି;

14ଯେପରି ତାଳଚୋଞ୍ଚ ଅବା ସାରସ ପକ୍ଷୀ ଶବ୍ଦ କରନ୍ତି, ସେହିପରି ମୁଁ ଚିଁ ଚିଁ ଶବ୍ଦ କଲି; ମୁଁ କପୋତ ପରି ଶୋକ କଲି;

15ମୁଁ କଅଣ କହିବି? ସେ ତ ମୋତେ କହିଅଛନ୍ତି, ମଧ୍ୟ ଆପେ ତାହା ସାଧନ କରିଅଛନ୍ତି;

16ହେ ପ୍ରଭୋ, ଏହିସବୁ ଦ୍ୱାରା ଲୋକେ ବଞ୍ଚନ୍ତି, ଆଉ ତହିଁରେ ହିଁ ସମ୍ପୂର୍ଣ୍ଣ ରୂପେ ମୋʼ ଆତ୍ମାର ଜୀବନ ଅଛି,

17ଦେଖ, ମୁଁ ଆପଣାର ଶାନ୍ତି ନିମନ୍ତେ ବଡ଼ ଦୁଃଖ ପାଇଲି;

18ଯେହେତୁ ପାତାଳ ତୁମ୍ଭର ପ୍ରଶଂସା କରି ନ ପାରେ, ମୃତ୍ୟୁୁ ତୁମ୍ଭର ଗୁଣ କୀର୍ତ୍ତନ କରି ନ ପାରେ;

19ଯେପରି ଆଜି ମୁଁ କରୁଅଛି, ସେହିପରି ଜୀବିତ ଲୋକ, କେବଳ ଜୀବିତ ଲୋକ ତୁମ୍ଭର ପ୍ରଶଂସା କରିବ;

20ସଦାପ୍ରଭୁ ମୋହର ପରିତ୍ରାଣ କରିବାକୁ ଉଦ୍ୟତ;

21ଯିଶାଇୟ କହିଥିଲେ, “ସେମାନେ ଡିମ୍ବିରି ଚକ୍ତି ନେଇ ସ୍ପୋଟକ ଉପରେ ଦେଉନ୍ତୁ, ତହିଁରେ ସେ ସୁସ୍ଥ ହେବ।”

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
>