ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 39:1-7 IRVOry - Bible AI

1ସେହି ସମୟରେ ବଲ୍‍ଦନ୍‍ର ପୁତ୍ର ବାବିଲର ରାଜା ମରୋଦକ୍‍-ବଲ୍‍ଦନ୍‍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ବାଦ ସେ ଶୁଣିଥିଲା।

2ତହିଁରେ ହିଜକୀୟ ସେମାନଙ୍କ ପ୍ରତି ସନ୍ତୁଷ୍ଟ ହୋଇ ଆପଣାର ବହୁମୂଲ୍ୟ ପଦାର୍ଥର ଗୃହ, ରୂପା, ସୁନା, ସୁଗନ୍ଧି ଦ୍ରବ୍ୟ, ବହୁମୂଲ୍ୟ ତୈଳ ଓ ଆପଣା ଅସ୍ତ୍ରାଗାର ଓ ଆପଣା ଭଣ୍ଡାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲା; ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲା, ଏପରି କୌଣସି ଦ୍ରବ୍ୟ ତାହାର ଗୃହରେ କିମ୍ବା ତାହାର ସମୁଦାୟ ରାଜ୍ୟରେ ନ ଥିଲା।

3ସେତେବେଳେ ଯିଶାଇୟ ଭବିଷ୍ୟଦ୍‍ବକ୍ତା ହିଜକୀୟ ରାଜା ନିକଟକୁ ଆସି ତାହାକୁ କହିଲେ, “ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ?” ତହିଁରେ ହିଜକୀୟ କହିଲା, “ସେମାନେ ଦୂର ଦେଶ ବାବିଲରୁ ମୋʼ ନିକଟକୁ ଆସିଅଛନ୍ତି।”

4ଏଥିରେ ସେ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କଅଣ ଦେଖିଅଛନ୍ତି?” ତହୁଁ ହିଜକୀୟ ଉତ୍ତର କଲା, “ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ଦେଖାଇଲି ନାହିଁ, ଏପରି କୌଣସି ପଦାର୍ଥ ମୋʼ ଭଣ୍ଡାରସମୂହରେ ନାହିଁ।”

5ଏଥିରେ ଯିଶାଇୟ ହିଜକୀୟକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁଙ୍କର ବାକ୍ୟ ଶୁଣ।

6ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି; ସଦାପ୍ରଭୁ କହନ୍ତି, କିଛି ଛଡ଼ାଯିବ ନାହିଁ।

7ଆଉ, ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।”

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.