ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 40:1-30 IRVOry - Bible AI

1ମୋʼ ଲୋକମାନଙ୍କୁ ସାନ୍ତ୍ୱନା କର, ସାନ୍ତ୍ୱନା କର, ଏହା ତୁମ୍ଭମାନଙ୍କର ପରମେଶ୍ୱର କହନ୍ତି।

2ତୁମ୍ଭେମାନେ ଯିରୂଶାଲମକୁ ଚିତ୍ତ ପ୍ରବୋଧକ କଥା କୁହ,

3ଏକ ଜଣର ରବ ପ୍ରଚାର କରେ,

4ପ୍ରତ୍ୟେକ ଉପତ୍ୟକା ଉଚ୍ଚ କରାଯିବ, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ

5ପୁଣି, ସଦାପ୍ରଭୁଙ୍କ ମହିମା ପ୍ରକାଶିତ ହେବ ଓ ଯାବତୀୟ ମର୍ତ୍ତ୍ୟ ଏକତ୍ର ତାହା ଦେଖିବେ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।”

6ଏକ ଜଣର ରବ କହେ, “ପ୍ରଚାର କର,” ତହିଁରେ ଜଣେ କହିଲା, “କଅଣ ପ୍ରଚାର କରିବା?”

7ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମ୍ଳାନ ହୁଏ; କାରଣ ତହିଁ ଉପରେ ସଦାପ୍ରଭୁଙ୍କର ଶ୍ୱାସବାୟୁ ବହେ, ନିଶ୍ଚୟ ଲୋକମାନେ ତୃଣ ସ୍ୱରୂପ।

8ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମଳିନ ହୁଏ; ମାତ୍ର ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।

9ହେ ସିୟୋନ ନିକଟରେ ସୁସମାଚାର ପ୍ରଚାରକାରିଣୀ,

10ଦେଖ, ପ୍ରଭୁ ସଦାପ୍ରଭୁ ପରାକ୍ରମୀର ତୁଲ୍ୟ ଆସିବେ ଓ ତାହାଙ୍କର ବାହୁ ତାହାଙ୍କ ପାଇଁ କର୍ତ୍ତୃତ୍ୱ କରିବ;

11ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ

12କିଏ ଆପଣା ହସ୍ତର ପୋଷରେ ଜଳରାଶି ମାପିଅଛନ୍ତି, ଚାଖଣ୍ଡ ଦ୍ୱାରା ଆକାଶମଣ୍ଡଳର ପରିମାଣ କରିଅଛନ୍ତି

13ସଦାପ୍ରଭୁଙ୍କର ଆତ୍ମାକୁ କିଏ ଆଦେଶ ଦେଇଅଛି, ଅବା ମନ୍ତ୍ରୀ ହୋଇ କିଏ ତାହାଙ୍କୁ ଶିକ୍ଷା ଦେଇଅଛି?

14ସେ କାହାର ସହିତ ମନ୍ତ୍ରଣା କଲେ, କିଏ ତାହାଙ୍କୁ ଶିକ୍ଷା ଦେଲା ଓ ବିଚାରର ପଥ ତାହାଙ୍କୁ ଶିଖାଇଲା

15ଦେଖ, ଗୋଷ୍ଠୀୟମାନେ କଳସର ଜଳବିନ୍ଦୁ ପରି ଓ ନିକ୍ତିର ଧୂଳି କଣିକା ତୁଲ୍ୟ ଗଣ୍ୟ ଅଟନ୍ତି;

16ପୁଣି, ଲିବାନୋନ ଜାଳ ପାଇଁ

17ସର୍ବଦେଶୀୟମାନେ ତାହାଙ୍କ ଛାମୁରେ ଅବସ୍ତୁ ମାତ୍ର; ସେମାନେ ତାହାଙ୍କ ନିକଟରେ ଅବସ୍ତୁରୁ ଲଘୁ ଓ ଅସାର ଗଣ୍ୟ ଅଟନ୍ତି।

18ତେବେ ତୁମ୍ଭେମାନେ କାହା ସଙ୍ଗେ ପରମେଶ୍ୱରଙ୍କୁ ତୁଳନା କରିବ? ଅବା କେଉଁ ମୂର୍ତ୍ତିକୁ ତାହାଙ୍କ ସଦୃଶ କରିବ?

19ଶିଳ୍ପକର ପ୍ରତିମା ଛାଞ୍ଚରେ ଢାଳେ ଓ ସ୍ୱର୍ଣ୍ଣକାର ସୁବର୍ଣ୍ଣରେ ତାହା ମଣ୍ଡନ କରେ,

20ଯେଉଁ ଲୋକ ଏହି ପ୍ରକାର ଉପହାର ପାଇଁ ଅତି ଦରିଦ୍ର, ସେ ଅପଚ୍ୟ କୌଣସି କାଷ୍ଠ ମନୋନୀତ କରେ,

21ତୁମ୍ଭେମାନେ କି ଜାଣି ନାହଁ? ତୁମ୍ଭେମାନେ କି ଶୁଣି ନାହଁ? ଆଦ୍ୟକାଳରୁ କି ତୁମ୍ଭମାନଙ୍କୁ ଜ୍ଞାତ କରାଯାଇ ନାହିଁ?

22ସେ ଭୂମଣ୍ଡଳର ଉପରେ ଉପବିଷ୍ଟ ଓ ତନ୍ନିବାସୀଗଣ ଫଡ଼ିଙ୍ଗ ସ୍ୱରୂପ;

23ସେ ଭୂପତିମାନଙ୍କୁ ଅକିଞ୍ଚିତ କରନ୍ତି; ସେ ପୃଥିବୀର ବିଚାରକର୍ତ୍ତାମାନଙ୍କୁ ମୂଲ୍ୟହୀନ କରନ୍ତି।

24ହଁ, ସେମାନେ ରୋପିତ ହୋଇ ନାହାନ୍ତି; ହଁ, ସେମାନେ ବୁଣାଯାଇ ନାହାନ୍ତି; ହଁ, ସେମାନଙ୍କ ଗଣ୍ଡିର ଚେର ଭୂମିରେ ମାଡ଼ି ନାହିଁ,

25ଏହେତୁ ସେହି ଧର୍ମସ୍ୱରୂପ କହନ୍ତି, ଆମ୍ଭେ ଯାହାର ସମାନ ହୋଇ ପାରିବୁ, ଏପରି କାହା ସଙ୍ଗରେ ତୁମ୍ଭେମାନେ ଆମ୍ଭର ଉପମା ଦେବ?

26ଊର୍ଦ୍ଧ୍ୱଦୃଷ୍ଟି କରି ଦେଖ, ଏହି ସମସ୍ତଙ୍କୁ କିଏ ସୃଷ୍ଟି କରିଅଛନ୍ତି?

27“ଆମ୍ଭର ପଥ ସଦାପ୍ରଭୁଙ୍କଠାରୁ ଗୁପ୍ତ ଓ ଆମ୍ଭର ବିଚାର ଆମ୍ଭ ପରମେଶ୍ୱରଙ୍କ ଜ୍ଞାନର ଅତୀତ,”

28ତୁମ୍ଭେ କି ଜାଣି ନାହଁ? ତୁମ୍ଭେ କି ଶୁଣି ନାହଁ?

29ସେ କ୍ଳାନ୍ତ ଲୋକକୁ ଶକ୍ତି ଦିଅନ୍ତି ଓ ବଳହୀନ ଲୋକର ବଳ ବଢ଼ାଇ ଦିଅନ୍ତି।

30ତରୁଣମାନେ ହେଁ କ୍ଳାନ୍ତ ଓ ଶ୍ରାନ୍ତ ହେବେ, ପୁଣି ଯୁବକମାନେ ନିତାନ୍ତ ପଡ଼ିଯିବେ;

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
>