ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 45:1-24 IRVOry - Bible AI

1ସଦାପ୍ରଭୁ ଆପଣା ଅଭିଷିକ୍ତ ବ୍ୟକ୍ତିର, ଅର୍ଥାତ୍‍, କୋରସ୍‍ର ବିଷୟରେ ଏହି କଥା କହନ୍ତି,

2“ଆମ୍ଭେ ତୁମ୍ଭର ଆଗେ ଆଗେ ଗମନ କରିବା, ରଗଡ଼ା ସ୍ଥାନସବୁ ସମାନ କରିବା;

3ପୁଣି, ଆମ୍ଭେ ଅନ୍ଧକାରାବୃତ ଧନଭଣ୍ଡାର ଓ ଗୁପ୍ତ ସ୍ଥାନରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦେବା,

4ଆମ୍ଭ ଦାସ ଯାକୁବ ଓ ଆମ୍ଭ ମନୋନୀତ ଇସ୍ରାଏଲ ସକାଶେ

5ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ; ଆମ୍ଭ ଛଡ଼ା ଆଉ ପରମେଶ୍ୱର ନାହାନ୍ତି;

6ତହିଁରେ ଆମ୍ଭ ଛଡ଼ା ଯେ ଆଉ କେହି ନାହିଁ, ଏହା ସୂର୍ଯ୍ୟୋଦୟର ସ୍ଥାନରୁ ପଶ୍ଚିମ ଦିଗ ପର୍ଯ୍ୟନ୍ତ ଲୋକେ ଜାଣିବେ;

7ଆମ୍ଭେ ଦୀପ୍ତି ନିର୍ମାଣ କରୁ ଓ ଆମ୍ଭେ ଅନ୍ଧକାର ସୃଷ୍ଟି କରୁ;

8ହେ ଆକାଶମଣ୍ଡଳ, ତୁମ୍ଭେମାନେ ଉପରୁ ବର୍ଷଣ କର, ମେଘମାଳ ଧର୍ମବୃଷ୍ଟି କରୁ;

9ଯେ ଆପଣା ସୃଷ୍ଟିକର୍ତ୍ତାଙ୍କ ସଙ୍ଗେ ବିରୋଧ କରେ, ସେ ସନ୍ତାପର ପାତ୍ର! ପୃଥିବୀର ଖପରା ମଧ୍ୟରେ ଖଣ୍ଡେ ଖପରା ମାତ୍ର!

10ଯେ ପିତାକୁ କହେ, ‘ତୁମ୍ଭେ କଅଣ ଜନ୍ମାଉଅଛ,’ ଅବା ସ୍ତ୍ରୀଲୋକକୁ କହେ, ‘ତୁମ୍ଭେ କଅଣ ପ୍ରସବ କରୁଅଛ? ସେ ସନ୍ତାପର ପାତ୍ର!’”

11ସଦାପ୍ରଭୁ, ଇସ୍ରାଏଲର ଧର୍ମସ୍ୱରୂପ ଓ ତାହାର ନିର୍ମାଣକର୍ତ୍ତା ଏହି କଥା କହନ୍ତି,

12ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ତହିଁ ମଧ୍ୟରେ ମନୁଷ୍ୟର ସୃଷ୍ଟି କରିଅଛୁ;

13ଆମ୍ଭେ ଧର୍ମରେ ତାହାକୁ ଉତ୍ପନ୍ନ କରିଅଛୁ ଓ ଆମ୍ଭେ ତାହାର ସକଳ ପଥ ସରଳ କରିବା;

14ସଦାପ୍ରଭୁ ଏହି କଥା କହନ୍ତି,

15ହେ ତ୍ରାଣକର୍ତ୍ତା, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଆତ୍ମଗୋପନକାରୀ ପରମେଶ୍ୱର ଅଟ।

16ସେମାନେ ଲଜ୍ଜିତ ହେବେ, ହଁ, ସେମାନେ ସମସ୍ତେ ବିବ୍ରତ ହେବେ; ପ୍ରତିମା ନିର୍ମାଣକାରୀ ସମସ୍ତେ ଏକାସଙ୍ଗେ ଅପମାନଗ୍ରସ୍ତ ହେବେ।

17ମାତ୍ର ଇସ୍ରାଏଲ, ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପ୍ରାପ୍ତ ହେବ;

18କାରଣ, ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଏହିପରି କହନ୍ତି; “ସେ ପରମେଶ୍ୱର ଅଟନ୍ତି;

19ଆମ୍ଭେ ଗୋପନରେ ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ;

20ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ;

21ତୁମ୍ଭେମାନେ ପ୍ରକାଶ କର ଓ ତାହା ଉପସ୍ଥିତ କର; ହଁ, ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ;

22ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ;

23ଆମ୍ଭେ ଆପଣା ନାମ ନେଇ ଶପଥ କରିଅଛୁ

24ଲୋକେ ଆମ୍ଭ ଉଦ୍ଦେଶ୍ୟରେ କହିବେ, କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି।

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
>