ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 55:1-12 IRVOry - Bible AI

1“ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ;

2ଅଖାଦ୍ୟ ଦ୍ରବ୍ୟ ନିମନ୍ତେ ତୁମ୍ଭେମାନେ କାହିଁକି ରୂପା ବ୍ୟୟ କରୁଅଛ? ଓ ଯାହା ତୃପ୍ତିକର ନୁହେଁ, ତହିଁ ପାଇଁ କାହିଁକି ତୁମ୍ଭେମାନେ ପରିଶ୍ରମ କରୁଅଛ?

3କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ;

4ଦେଖ, ଆମ୍ଭେ ତାହାଙ୍କୁ ଗୋଷ୍ଠୀବର୍ଗର ସାକ୍ଷୀ ରୂପେ, ଗୋଷ୍ଠୀବର୍ଗର ଅଗ୍ରଣୀ ଓ ଆଜ୍ଞାଦାତା ରୂପେ ନିଯୁକ୍ତ କରିଅଛୁ।

5ଦେଖ, ଯେଉଁ ଗୋଷ୍ଠୀକୁ ତୁମ୍ଭେ ଜାଣୁ ନାହଁ, ତାହାକୁ ତୁମ୍ଭେ ଆହ୍ୱାନ କରିବ ଓ ଯେଉଁ ଗୋଷ୍ଠୀ ତୁମ୍ଭକୁ ଜାଣିଲା ନାହିଁ, ସେ ତୁମ୍ଭ ନିକଟକୁ ଦୌଡ଼ିବ,

6ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।

7ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ;

8ଯେହେତୁ ସଦାପ୍ରଭୁ କହନ୍ତି, ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ, କିଅବା ତୁମ୍ଭମାନଙ୍କର ମାର୍ଗସକଳ ଆମ୍ଭର ମାର୍ଗ ପରି ନୁହେଁ।

9କାରଣ ପୃଥିବୀ ଅପେକ୍ଷା ଆକାଶମଣ୍ଡଳ ଯେପରି ଉଚ୍ଚ, ସେହିପରି ଆମ୍ଭର ମାର୍ଗସକଳ ତୁମ୍ଭମାନଙ୍କର ମାର୍ଗ ଅପେକ୍ଷା ଓ ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କ ସଂକଳ୍ପ ଅପେକ୍ଷା ଉଚ୍ଚତର ଅଟେ।

10ଯେହେତୁ ଯେପରି ବୃଷ୍ଟି ଓ ହିମ ଆକାଶରୁ ତଳକୁ ଆସେ

11ଆମ୍ଭ ମୁଖରୁ ନିର୍ଗତ ବାକ୍ୟ ସେହିପରି ହେବ; ତାହା ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ,

12ଏଣୁ ତୁମ୍ଭେମାନେ ଆନନ୍ଦରେ ବାହାର ହୋଇ ଶାନ୍ତିରେ ଆଗେ ଆଗେ ନିଆଯିବ;

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
>