ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 64:1-11 IRVOry - Bible AI

1ଆହା, ଅନ୍ୟ ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ, ଏଥିପାଇଁ ତୁମ୍ଭ ବିପକ୍ଷଗଣକୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ,

2ଅଗ୍ନି ଝାଟି ଜ୍ୱଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯଦି ତୁମ୍ଭେ ଆକାଶମଣ୍ଡଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସନ୍ତ ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେ!

3ଯେତେବେଳେ ତୁମ୍ଭେ ଆମ୍ଭମାନଙ୍କର ଅନପେକ୍ଷିତ ଭୟାନକ କ୍ରିୟା କଲ, ସେତେବେଳେ ତୁମ୍ଭେ ଓହ୍ଲାଇ ଆସିଲ, ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହେଲେ।

4କାରଣ ଯେ ଆପଣା ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ବିଷୟ ଶୁଣି ନାହାନ୍ତି,

5ଯେଉଁ ଲୋକ ଆନନ୍ଦରେ ଧର୍ମାଚରଣ କରେ, ଯେଉଁମାନେ ତୁମ୍ଭ ପଥରେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସେମାନଙ୍କ ସହିତ ସାକ୍ଷାତ କରିଥାଅ;

6କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ

7ପୁଣି, ଯେ ତୁମ୍ଭ ନାମରେ ପ୍ରାର୍ଥନା କରେ, ଯେ ତୁମ୍ଭକୁ ଧରିବା ପାଇଁ ଆପଣାକୁ ଉତ୍ତେଜିତ କରେ, ଏପରି କେହି ନାହିଁ;

8ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ;

9ହେ ସଦାପ୍ରଭୋ, ଅତ୍ୟନ୍ତ କ୍ରୁଦ୍ଧ ହୁଅ ନାହିଁ, କିଅବା ଚିରକାଳ ଅପରାଧ ମନରେ ରଖ ନାହିଁ;

10ତୁମ୍ଭର ପବିତ୍ର ନଗରସବୁ ପ୍ରାନ୍ତର ହୋଇଅଛି,

11ଆମ୍ଭମାନଙ୍କର ପିତୃଲୋକମାନେ ଯେଉଁ ସ୍ଥାନରେ ତୁମ୍ଭର ପ୍ରଶଂସା କଲେ, ଆମ୍ଭମାନଙ୍କର ସେହି ପବିତ୍ର

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
>