ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 7:1-24 IRVOry - Bible AI

1ଯିହୁଦା-ରାଜା ଉଷୀୟର ପୌତ୍ର ଯୋଥମ୍‍ର ପୁତ୍ର ଆହସ୍‌ର ସମୟରେ ଅରାମର ରତ୍ସୀନ ରାଜା ଓ ରମଲୀୟର ପୁତ୍ର ପେକହ ନାମେ ଇସ୍ରାଏଲର ରାଜା ଯିରୂଶାଲମର ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେଠାକୁ ଗଲେ; ମାତ୍ର ତାହା ପରାସ୍ତ କରି ପାରିଲେ ନାହିଁ।

2ଏଥିଉତ୍ତାରେ ଦାଉଦ-ବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି। ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା।

3ସେତେବେଳେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ପୁତ୍ର ଶାର-ଯାଶୂବ, ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀର ନାଳ ମୁଣ୍ଡରେ ଆହସ୍‌ର ସଙ୍ଗେ ସାକ୍ଷାତ କରିବାକୁ ଯାଅ।

4ଓ ତାହାକୁ କୁହ, ‘ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍‍, ରତ୍ସୀନ, ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ଡ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ।

5କାରଣ ଅରାମ, ମଧ୍ୟ ଇଫ୍ରୟିମ ଓ ରମଲୀୟର ପୁତ୍ର ତୁମ୍ଭ ବିରୁଦ୍ଧରେ କୁମନ୍ତ୍ରଣା କରି କହୁଅଛନ୍ତି,

6ଆସ, ଆମ୍ଭେମାନେ ଯିହୁଦା ବିରୁଦ୍ଧରେ ଯାଇ ତାହାକୁ ଅଧୈର୍ଯ୍ୟ କରୁ ଓ ଆମ୍ଭମାନଙ୍କ ନିମନ୍ତେ ତହିଁ ମଧ୍ୟରେ ଭଗ୍ନ ସ୍ଥାନ କରି ଏକ ରାଜାକୁ, ଅର୍ଥାତ୍‍, ଟାବେଲର ପୁତ୍ରକୁ ସ୍ଥାପନ କରୁ।

7ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତାହା ସ୍ଥିର ହେବ ନାହିଁ ଅବା ସିଦ୍ଧ ହିଁ ହେବ ନାହିଁ।

8କାରଣ ଅରାମର ମସ୍ତକ ଦମ୍ମେଶକ ଓ ଦମ୍ମେଶକର ମସ୍ତକ ରତ୍ସୀନ;

9ଆଉ, ଇଫ୍ରୟିମର ମସ୍ତକ ଶମରୀୟା ଓ ଶମରୀୟାର ମସ୍ତକ ରମଲୀୟର ପୁତ୍ର।

10ଏଥିଉତ୍ତାରେ ସଦାପ୍ରଭୁ ଆହସ୍‌କୁ ଆହୁରି କହିଲେ,

11“ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଊର୍ଦ୍ଧ୍ୱଲୋକରେ ହେଉ, ମାଗ।”

12ମାତ୍ର ଆହସ୍‌ କହିଲା, “ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ।”

13ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ?

14ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।

15ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦହି ଓ ମଧୁ ଖାଇବ।

16କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେହି ଦେଶ ପରିତ୍ୟକ୍ତ ହେବ।

17ଇଫ୍ରୟିମ ଯିହୁଦାଠାରୁ ପୃଥକ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍‍, ଅଶୂରର ରାଜାକୁ ଆଣିବେ।”

18ପୁଣି, ସେହି ଦିନ

19ତହିଁରେ ସେସମସ୍ତେ ଆସି ଉଚ୍ଛିନ୍ନ ଉପତ୍ୟକାସମୂହରେ ଓ ଶୈଳମାନଙ୍କର ଛିଦ୍ର ସ୍ଥାନରେ

20ସେହି ଦିନ ପ୍ରଭୁ ନଦୀର ସେପାରିସ୍ଥ ଭଡ଼ାଟିଆ କ୍ଷୁର ଦ୍ୱାରା, ଅର୍ଥାତ୍‍, ଅଶୂରର ରାଜା ଦ୍ୱାରା

21ସେହି ଦିନ କେହି ଗୋଟିଏ ଯୁବତୀ ଗାଭୀ ଓ ଦୁଇଗୋଟି ମେଷ ପୋଷିଲେ,

22ସେମାନଙ୍କ ଦତ୍ତ ଦୁଗ୍ଧର ବାହୁଲ୍ୟରେ ସେ ଦହି ଖାଇବ;

23ଆହୁରି, ଯେଉଁ ଯେଉଁ ସ୍ଥାନରେ ସହସ୍ର ରୌପ୍ୟ ମୁଦ୍ରା ମୂଲ୍ୟର ଦ୍ରାକ୍ଷାଲତା ଥିଲା,

24ପୁଣି, ସମୁଦାୟ ଦେଶ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବାରୁ ଲୋକେ ତୀର ଓ ଧନୁ ନେଇ ସେସ୍ଥାନକୁ ଯିବେ।

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.