ଯିହିଜିକଲ୍ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 15:1-7 IRVOry - Bible AI

1ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

2“ହେ ମନୁଷ୍ୟ-ସନ୍ତାନ, ଦ୍ରାକ୍ଷାଲତାର ଗଛ, ବନସ୍ଥ ବୃକ୍ଷଗଣ ମଧ୍ୟରେ ସ୍ଥିତ ଦ୍ରାକ୍ଷାଲତାର ଶାଖା, ଅନ୍ୟ ସକଳ ଗଛ ଅପେକ୍ଷା କାହିଁରେ ଅଧିକ?

3କୌଣସି କାର୍ଯ୍ୟ ନିମନ୍ତେ କି ତହିଁରୁ କାଠ ନିଆଯିବ? ଅବା କୌଣସି ପାତ୍ର ଟଙ୍ଗାଇବା ନିମନ୍ତେ କି ଲୋକେ ତହିଁରୁ ମେଖ କରିବେ?

4ଦେଖ, ଜାଳ ହେବା ପାଇଁ ତାହା ଅଗ୍ନିରେ ପକାଗଲା; ଅଗ୍ନି ତାହାର ଦୁଇ ମୁଣ୍ଡ ଗ୍ରାସ କଲା ଓ ତହିଁର ମଧ୍ୟଭାଗ ଦଗ୍ଧ ହେଲା ତାହା କି କୌଣସି କାର୍ଯ୍ୟକୁ ଆସିବ?

5ଦେଖ, ଅବିକଳ ଥିବା ବେଳେ ତାହା କୌଣସି କାର୍ଯ୍ୟର ଯୋଗ୍ୟ ନୋହିଲା; ଅଗ୍ନି ଗ୍ରାସ କଲା ଉତ୍ତାରେ ଓ ତାହା ଦଗ୍ଧ ହେଲା ଉତ୍ତାରେ ତାହା କି କୌଣସି କାର୍ଯ୍ୟର ଅଧିକ ଅଯୋଗ୍ୟ ନୋହିବ?

6ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଯେପରି ବନସ୍ଥ ଗଛସବୁର ମଧ୍ୟସ୍ଥିତ ଦ୍ରାକ୍ଷାଲତାକୁ ଅଗ୍ନିରେ ଜାଳ ହେବା ପାଇଁ ନିରୂପଣ କରିଅଛୁ, ସେହିପରି ଆମ୍ଭେ ଯିରୂଶାଲମ ନିବାସୀମାନଙ୍କୁ ନିରୂପଣ କରିବା।

7ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ସେମାନେ ଅଗ୍ନିରୁ ବାହାରି ଯିବେ, ମାତ୍ର ଅଗ୍ନି ସେମାନଙ୍କୁ ଗ୍ରାସ କରିବ; ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
v>