ଯିହିଜିକଲ୍ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 17:1-23 IRVOry - Bible AI

1ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

2“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟରେ ଗୋଟିଏ ପ୍ରହେଳିକା ଉତ୍ଥାପନ କର ଓ ଏକ ଦୃଷ୍ଟାନ୍ତ କଥା କୁହ;

3ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି,

4ସେ ତହିଁର ସାନ ସାନ ପଲ୍ଲବର ଉଚ୍ଚତମ ପଲ୍ଲବ କାଟି

5ଆହୁରି, ସେ ଦେଶର ବୀଜ ନେଇ ଏକ ଉର୍ବର ଭୂମିରେ ତାହା ରୋପଣ କଲା;

6ତହୁଁ ତାହା ବଢ଼ି ଅଳ୍ପ ଉଚ୍ଚ ଦ୍ରାକ୍ଷାଲତା ପରି ବଢ଼ିଲା,

7ପୁଣି, ଆଉ ଗୋଟିଏ ବଡ଼ ବଡ଼ ପକ୍ଷ ଓ ଅନେକ ଲୋମବିଶିଷ୍ଟ ବୃହତ ଉତ୍କ୍ରୋଶ ପକ୍ଷୀ ଥିଲା;

8ତାହା ଯେପରି ଶାଖାବିଶିଷ୍ଟ ଓ ଫଳବତୀ ହୋଇ ଉତ୍ତମ ଦ୍ରାକ୍ଷାଲତା ହେବ,

9ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତାହା କି କୃତକାର୍ଯ୍ୟ ହେବ?

10ହଁ, ଦେଖ, ରୋପିତ ହୋଇଅଛି ବୋଲି ତାହା କି କୃତକାର୍ଯ୍ୟ ହେବ? ପୂର୍ବୀୟ ବାୟୁ ସ୍ପର୍ଶ କଲେ ତାହା କି ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହୋଇ ନ ଯିବ?

11ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

12“ତୁମ୍ଭେ ସେହି ବିଦ୍ରୋହୀ-ବଂଶକୁ କୁହ, ତୁମ୍ଭେମାନେ କି ଏହିସବୁର ତାତ୍ପର୍ଯ୍ୟ ଜାଣ ନାହିଁ? ସେମାନଙ୍କୁ କୁହ, ଦେଖ, ବାବିଲର ରାଜା ଯିରୂଶାଲମକୁ ଆସି ତହିଁର ରାଜାକୁ ଓ ତହିଁର ଅଧିପତିଗଣକୁ ଆପଣାର ନିକଟକୁ ବାବିଲକୁ ନେଇଗଲା;

13ପୁଣି, ରାଜ୍ୟ ଯେପରି ଅବନତ ହୋଇ ଆଉ ଉନ୍ନତ ନୋହିବ, ମାତ୍ର ତାହାର ନିୟମ ପାଳନ କରି ଯେପରି ସ୍ଥିର ହେବ, ଏଥିପାଇଁ

14ସେ ରାଜବଂଶରୁ ଗୋଟିଏ ବୀଜ ନେଇ ତାହା ସଙ୍ଗେ ନିୟମ କଲା, ମଧ୍ୟ ତାହାକୁ ଶପଥାଧୀନ କଲା ଓ ଦେଶର ପରାକ୍ରମୀ ଲୋକମାନଙ୍କୁ ନେଇଗଲା।

15ମାତ୍ର ସେ ଅଶ୍ୱଗଣ ଓ ଅନେକ ଲୋକ ପାଇବା ନିମନ୍ତେ ମିସରକୁ ଆପଣା ଦୂତଗଣ ପଠାଇ ବାବିଲ ରାଜାର ବିଦ୍ରୋହୀ ହେଲା। ସେ କି କୃତକାର୍ଯ୍ୟ ହେବ? ଯେ ଏପରି କାର୍ଯ୍ୟ କରେ, ସେ କି ରକ୍ଷା ପାଇବ? ସେ ନିୟମ ଲଙ୍ଘନ କରି କି ରକ୍ଷା ପାଇବ?

16ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯେଉଁ ରାଜା ତାହାକୁ ରାଜା କଲା, ଯାହାର ଶପଥ ସେ ତୁଚ୍ଛ କଲା ଓ ଯାହାର ନିୟମ ସେ ଭାଙ୍ଗିଲା, ସେହି ରାଜାର ବାସସ୍ଥାନ ବାବିଲ ମଧ୍ୟରେ ଓ ତାହାର ନିକଟରେ, ସେ ନିଶ୍ଚୟ ମରିବ।

17ପୁଣି, ଅନେକ ଲୋକଙ୍କୁ ଉଚ୍ଛିନ୍ନ କରିବା ପାଇଁ ସେମାନେ ଯେତେବେଳେ ବନ୍ଧ ବାନ୍ଧିବେ ଓ ଗଡ଼ ନିର୍ମାଣ କରିବେ, ସେତେବେଳେ ଫାରୋ ଆପଣାର ପରାକ୍ରାନ୍ତ ସୈନ୍ୟସାମନ୍ତ ଓ ମହାସୈନ୍ୟଦଳ ଦ୍ୱାରା ଯୁଦ୍ଧରେ ତାହାର ସାହାଯ୍ୟ କରିବ ନାହିଁ।

18କାରଣ, ସେ ନିୟମ ଭଗ୍ନ କରି ଶପଥ ତୁଚ୍ଛ କରିଅଛି ଓ ଦେଖ, ସେ ଆପଣା ହସ୍ତ ଦେଲେ ହେଁ ଏହିସବୁ କାର୍ଯ୍ୟ କରିଅଛି; ସେ ରକ୍ଷା ପାଇବ ନାହିଁ।

19ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ସେ ଆମ୍ଭର ଯେଉଁ ଶପଥ ତୁଚ୍ଛ କରିଅଛି ଓ ଆମ୍ଭର ଯେଉଁ ନିୟମ ଭଙ୍ଗ କରିଅଛି, ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ତହିଁର ପ୍ରତିଫଳ ତାହାର ମସ୍ତକରେ ବର୍ତ୍ତାଇବା।

20ପୁଣି, ଆମ୍ଭେ ଆପଣା ଜାଲ ତାହା ଉପରେ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ, ଆଉ ଆମ୍ଭେ ତାହାକୁ ବାବିଲକୁ ନେଇଯିବା ଓ ସେ ଆମ୍ଭ ବିରୁଦ୍ଧରେ ଯେଉଁ ସତ୍ୟ-ଲଙ୍ଘନ ଅପରାଧ କରିଅଛି, ତହିଁ ସକାଶୁ ସେହି ସ୍ଥାନରେ ଆମ୍ଭେ ତାହାର ବିଚାର କରିବା।

21ପୁଣି, ତାହାର ସକଳ ସୈନ୍ୟଦଳ ମଧ୍ୟରୁ ପଳାତକ ସମସ୍ତେ ଖଡ୍ଗରେ ପତିତ ହେବେ ଓ ଅବଶିଷ୍ଟ ଥିବା ଲୋକମାନେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ ହେବେ; ତହିଁରେ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଏହି କଥା କହିଅଛୁ।”

22ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଏରସ ବୃକ୍ଷର ଉଚ୍ଚ ଅଗ୍ରଭାଗ ନେଇ ତାହା ସ୍ଥାପନ କରିବା; ଆମ୍ଭେ ତାହାର ଉଚ୍ଚତମ ପଲ୍ଲବମାନର ମଧ୍ୟରୁ ଗୋଟିଏ କୋମଳ ପଲ୍ଲବ କାଟି ନେଇ ଏକ ଉଚ୍ଚ ଓ ଉନ୍ନତ ପର୍ବତରେ ରୋପଣ କରିବା;

23ଇସ୍ରାଏଲର ଉଚ୍ଚତମ ପର୍ବତରେ ଆମ୍ଭେ ତାହା ରୋପଣ କରିବା, ତହିଁରେ ତାହା ଶାଖାବିଶିଷ୍ଟ ଓ ଫଳବାନ ହୋଇ ଉତ୍ତମ ଏରସ ବୃକ୍ଷ ହେବ; ତହିଁର ତଳେ ସର୍ବଜାତୀୟ ପକ୍ଷୀ ବାସ କରିବେ; ସେମାନେ ତହିଁର ଶାଖାମାନର ଛାୟାରେ ବାସ କରିବେ।

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
iv>