ଯିହିଜିକଲ୍ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 30:1-25 IRVOry - Bible AI

1ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;

2“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି;

3କାରଣ ସେହି ଦିନ ନିକଟବର୍ତ୍ତୀ, ହଁ, ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ, ସେହି ଦିନ ମେଘାଚ୍ଛନ୍ନ ଦିନ; ତାହା ଅନ୍ୟଦେଶୀୟମାନଙ୍କର କାଳ ହେବ।

4ପୁଣି, ମିସର ବିରୁଦ୍ଧରେ ଖଡ୍ଗ ଆସିବ ଓ ମିସର ଦେଶରେ ହତ ଲୋକମାନେ ପତିତ ହେଲେ କୂଶ ମଧ୍ୟରେ ଯାତନା ହେବ;

5କୂଶ ଓ ପୂଟ୍‍ ଓ ଲୁଦ୍‍, ଆଉ ମିଶ୍ରିତ ଲୋକ ସମସ୍ତେ, ପୁଣି, କୂବ୍‍ ଓ ମିତ୍ରଦେଶୀୟ+ 30:5 ମିତ୍ରଦେଶୀୟ ଆକ୍ଷରିକ ଭାବରେ ନିୟମର ଲୋକମାନେ* ଲୋକ ସମସ୍ତେ ସେମାନଙ୍କ ସଙ୍ଗେ ଖଡ୍ଗରେ ପତିତ ହେବେ।

6ସଦାପ୍ରଭୁ ଏହି କଥା କହନ୍ତି,

7ପୁଣି, ସେମାନେ ଧ୍ୱଂସିତ ନଗରସମୂହ ମଧ୍ୟରେ ଧ୍ୱଂସିତ ହେବେ ଓ ତାହାର ନଗରସକଳ ଉତ୍ସନ୍ନ ନଗରସମୂହର ମଧ୍ୟରେ ଥିବ।

8ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇଲା ଉତ୍ତାରେ ଓ ତାହାର ସହାୟକାରୀ ସମସ୍ତେ ବିନଷ୍ଟ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।

9ସେହି ଦିନ ନିଶ୍ଚିନ୍ତ କୂଶୀୟମାନଙ୍କୁ ଭୀତ କରାଇବା ପାଇଁ ଦୂତମାନେ ଆମ୍ଭ ସମ୍ମୁଖରୁ ଜାହାଜରେ ଯିବେ; ପୁଣି, ମିସରର ଦିନରେ ଯେପରି ହୋଇଥିଲା, ସେହିପରି ସେମାନଙ୍କର ଯାତନା ହେବ; କାରଣ ଦେଖ, ତାହା ଆସୁଅଛି।

10ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମଧ୍ୟ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତ ଦ୍ୱାରା ମିସରର ଲୋକସମୂହ ଶେଷ କରିବା।

11ସେ ଓ ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ତାହାର ଲୋକମାନେ ତାହା ସଙ୍ଗେ ଦେଶ ବିନାଶାର୍ଥେ ଅଣାଯିବେ; ଆଉ, ସେମାନେ ମିସରର ବିରୁଦ୍ଧରେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରି ହତ ଲୋକରେ ଦେଶ ପୂର୍ଣ୍ଣ କରିବେ।

12ପୁଣି, ଆମ୍ଭେ ସ୍ରୋତସମୂହ ଶୁଷ୍କ କରିବା ଓ ମନ୍ଦ ଲୋକମାନଙ୍କ ହସ୍ତରେ ଦେଶ ବିକ୍ରୟ କରିବା; ଆଉ, ଆମ୍ଭେ ବିଦେଶୀମାନଙ୍କ ହସ୍ତ ଦ୍ୱାରା ଦେଶ ଓ ତନ୍ମଧ୍ୟସ୍ଥ ଯାବତୀୟ ବିଷୟ ଧ୍ୱଂସ କରିବା; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।

13ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦେବତାଗଣକୁ ହିଁ ବିନାଶ କରିବା ଓ ଆମ୍ଭେ ନୋଫରୁ ପ୍ରତିମାସକଳ ଶେଷ କରାଇବା, ପୁଣି, ମିସର ଦେଶରୁ ଆଉ ଅଧିପତି ଉତ୍ପନ୍ନ ନୋହିବ ଓ ଆମ୍ଭେ ମିସର ଦେଶରେ ଭୟ ଜନ୍ମାଇବା।

14ପୁଣି, ଆମ୍ଭେ ପଥ୍ରୋଷକୁ ଧ୍ୱଂସ କରିବା ଓ ସୋୟନରେ ଅଗ୍ନି ଲଗାଇବା, ଆଉ ନୋ-ନଗରରେ ଦଣ୍ଡାଜ୍ଞା ସଫଳ କରିବା।

15ପୁଣି, ଆମ୍ଭେ ମିସରର ଦୃଢ଼ ଦୁର୍ଗ ସୀନ ଉପରେ ଆପଣା କୋପ ଢାଳି ଦେବା ଓ ଆମ୍ଭେ ନୋ-ନଗରର ଲୋକସମୂହକୁ ଉଚ୍ଛିନ୍ନ କରିବା।

16ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇବା; ସୀନ ମହାଯାତନାଗ୍ରସ୍ତ ହେବ ଓ ନୋ-ନଗର ଭଗ୍ନ ହେବ; ଆଉ, ଦିବସ ସମୟରେ ନୋଫର ବିପକ୍ଷମାନେ ଉତ୍ପାତ କରିବେ।

17ଓନ୍‍+ 30:17 ଓନ୍‍ କିମ୍ବା ଆବେନ* ଓ ପୀବେଶହର ଯୁବାମାନେ ଖଡ୍ଗରେ ପତିତ ହେବେ ଓ ନଗରସବୁ ବନ୍ଦୀତ୍ୱ ସ୍ଥାନକୁ ଯିବେ।

18ଆମ୍ଭେ ଯେତେବେଳେ ତଫନ୍‍ହେଷରେ ମିସରର ଯୁଆଳିସବୁ ଭାଙ୍ଗିବା ଓ ତାହାର ପରାକ୍ରମର ଦର୍ପ ତାହା ମଧ୍ୟରେ ଶେଷ ହେବ, ସେତେବେଳେ ସେଠାରେ ଦିବସ ଆପେ ଅପସରି ଯିବ; ଆଉ, ସେ ନିଜେ ମେଘାଚ୍ଛନ୍ନ ହେବ ଓ ତାହାର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ଯିବେ।

19ଏହିରୂପେ ଆମ୍ଭେ ମିସରରେ ଦଣ୍ଡାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”

20ଏଥିଉତ୍ତାରେ ଏକାଦଶ ବର୍ଷର ପ୍ରଥମ ମାସ, ମାସର ସପ୍ତମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,

21“ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ମିସରର ରାଜା ଫାରୋର ବାହୁ ଭାଙ୍ଗିଅଛୁ; ଆଉ ଦେଖ, ଖଡ୍ଗ ଧରିବା ନିମନ୍ତେ ତାହା ଯେପରି ସବଳ ହେବ, ଏଥିପାଇଁ ସ୍ୱାସ୍ଥ୍ୟଜନକ ଔଷଧ ଦେଇ ପଟି ଲଗାଇ ତାହା ବନ୍ଧାଯାଇ ନାହିଁ।

22ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ମିସରର ରାଜା ଫାରୋର ପ୍ରତିକୂଳ ଅଟୁ, ଆଉ ତାହାର ବଳବାନ ଓ ଭଗ୍ନ, ଉଭୟ ବାହୁ ଭାଙ୍ଗି ପକାଇବା ଓ ଆମ୍ଭେ ତାହାର ହସ୍ତରୁ ଖଡ୍ଗ ଖସାଇ ପକାଇବା।

23ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ମିସରୀୟମାନଙ୍କୁ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା।

24ଆଉ, ଆମ୍ଭେ ବାବିଲ ରାଜାର ବାହୁଦ୍ୱୟ ସବଳ କରିବା ଓ ତାହା ହସ୍ତରେ ଆମ୍ଭର ଖଡ୍ଗ ଦେବା; ମାତ୍ର ଆମ୍ଭେ ଫାରୋର ବାହୁଦ୍ୱୟ ଭାଙ୍ଗି ପକାଇବା, ତହିଁରେ ସେ ପ୍ରାଣନାଶକ କ୍ଷତପ୍ରାପ୍ତ ଲୋକର କାତରୋକ୍ତି ତୁଲ୍ୟ କାତରୋକ୍ତି ତାହା ସାକ୍ଷାତରେ କରିବ।

25ପୁଣି, ଆମ୍ଭେ ବାବିଲ ରାଜାର ବାହୁଦ୍ୱୟ ଟେକି ଧରିବା ଓ ଫାରୋର ବାହୁଦ୍ୱୟ ତଳକୁ ଓହଳି ପଡ଼ିବ; ଆଉ, ଆମ୍ଭେ ଯେତେବେଳେ ବାବିଲ ରାଜାର ହସ୍ତରେ ଆମ୍ଭର ଖଡ୍ଗ ଦେବା ଓ ସେ ମିସର ଦେଶ ବିରୁଦ୍ଧରେ ତାହା ବିସ୍ତାର କରିବ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.
iv>