ହବକ୍କୂକ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ 3:1-19 IRVOry - Bible AI

1ହବକ୍କୂକ ଭବିଷ୍ୟଦ୍‍ବକ୍ତାଙ୍କର ପ୍ରାର୍ଥନା। ସ୍ୱରଶିଗୀୟୋନତ୍‍।

2ହେ ସଦାପ୍ରଭୁ, ମୁଁ ତୁମ୍ଭ ବିଷୟକ ବାର୍ତ୍ତା ଶୁଣି ଭୀତ ଅଛି;

3ପରମେଶ୍ୱର ତୈମନ୍‍ରୁ+ 3:3 ତୈମନ୍‍ରୁ ତୈମନ୍‍ ଇଦୋମ ଦେଶର ଏକ ଜିଲ୍ଲା ଥିଲା ଯାହା ଯିହୁଦାର ଦକ୍ଷିଣ ଭାଗରେ ଅବସ୍ଥିତ ଥିଲା* ଆସିଲେ ଓ ଯେ ଧର୍ମମୟ, ସେ ପାରଣ ପର୍ବତରୁ ଆସିଲେ। ସେଲା

4ପୁଣି, ତାହାଙ୍କର ତେଜ ଦୀପ୍ତି ତୁଲ୍ୟ ହେଲା; ତାହାଙ୍କ ହସ୍ତରୁ କିରଣ ନିର୍ଗତ ହେଲା;

5ତାହାଙ୍କ ଆଗେ ଆଗେ ମହାମାରୀ ଗମନ କଲା, ଆଉ ତାହାଙ୍କ ପଦଚିହ୍ନରୁ ଅଗ୍ନିବାଣ ନିର୍ଗତ ହେଲା।

6ସେ ଠିଆ ହୋଇ ପୃଥିବୀର ପରିମାଣ କଲେ। ସେ ଦୃଷ୍ଟିପାତ କରି ଗୋଷ୍ଠୀଗଣକୁ ଭିନ୍ନ ଭିନ୍ନ କରି ତଡ଼ିଦେଲେ;

7ମୁଁ କୂଶନର ତମ୍ବୁସକଳକୁ କ୍ଳେଶରେ ଥିବାର ଦେଖିଲି; ମିଦୀୟନ ଦେଶର ଯବନିକାସକଳ କମ୍ପିତ ହେଲା।

8ସଦାପ୍ରଭୁ କି ନଦ-ନଦୀ ପ୍ରତି ଅସନ୍ତୁଷ୍ଟ ହେଲେ? ତୁମ୍ଭର କ୍ରୋଧ କି ନଦ-ନଦୀର ଉପରେ ବର୍ତ୍ତିଲା, ଅବା ତୁମ୍ଭର କୋପ କି ସମୁଦ୍ରର ଉପରେ ବର୍ତ୍ତିଲା

9ତୁମ୍ଭର ଧନୁ ଅନାବୃତ ହେଲା; ଗୋଷ୍ଠୀଗଣର ପ୍ରତି ଶପଥ ସ୍ଥିରୀକୃତ ବାକ୍ୟ ହେଲା। ସେଲା।

10ପର୍ବତଗଣ ତୁମ୍ଭଙ୍କୁ ଦେଖି ଭୀତ ହେଲେ;

11ତୁମ୍ଭର ବାଣସ୍ୱରୂପ ଦୀପ୍ତିର ଗତିରେ, ତୁମ୍ଭର ଝଲମଲ ବର୍ଚ୍ଛାର ତେଜରେ

12ତୁମ୍ଭେ କୋପରେ ପୃଥିବୀ ମଧ୍ୟଦେଇ ଯାତ୍ରା କଲ। ତୁମ୍ଭେ କ୍ରୋଧରେ ଗୋଷ୍ଠୀଗଣକୁ (ଶସ୍ୟ ପରି) ମର୍ଦ୍ଦନ କଲ।

13ତୁମ୍ଭେ ଆପଣା ଲୋକମାନଙ୍କର ପରିତ୍ରାଣ ନିମନ୍ତେ, ଆପଣା ଅଭିଷେକୀର ପରିତ୍ରାଣ ନିମନ୍ତେ ଯାତ୍ରା କଲ।

14ତୁମ୍ଭେ ତାହାର ନିଜ ଯଷ୍ଟି ଦ୍ୱାରା ତାହାର ଯୋଦ୍ଧାମାନଙ୍କର ମସ୍ତକ+ 3:14 ମସ୍ତକ ଅର୍ଥାତ୍‍ ନେତୃତ୍ଵକାରୀଗଣ* ବିଦ୍ଧ କଲ: ସେମାନେ ମୋତେ ଛିନ୍ନଭିନ୍ନ କରିବା ପାଇଁ ଘୂର୍ଣ୍ଣବାୟୁର ନ୍ୟାୟ ଆସିଲେ;

15ତୁମ୍ଭେ ଆପଣା ଅଶ୍ୱଗଣ ଦ୍ୱାରା ସମୁଦ୍ରକୁ, ମହାଜଳରାଶିକୁ ଦଳି ପକାଇଲ।

16ମୁଁ ଶୁଣିଲି ଓ ମୋʼ ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥରଥର ହେଲା;

17କାରଣ ଯଦ୍ୟପି ଡିମ୍ବିରିବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ;

18ତଥାପି ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି। ମୁଁ ଆପଣା ତ୍ରାଣର ପରମେଶ୍ୱରଙ୍କଠାରେ ଉଲ୍ଲାସ କରିବି।

19ପ୍ରଭୁ ସଦାପ୍ରଭୁ ମୋର ବଳ ସ୍ୱରୂପ

Copyright © 2019 by Bridge Connectivity Solutions. Licensed under a Creative Commons Attribution-ShareAlike 4.0 International License.